ପୁରୀ:୨/୯ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) : ଅତିରିକ୍ତ ଜିଲ୍ଲାପାଳ ବିଭୂତି ଭୂଷଣ ଦାସଙ୍କର ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିବା ବେଳେ ପୁରୀ ରାଜସ୍ୱ କ୍ଷେତ୍ର କର୍ମଚାରୀ ସଂଘ ପକ୍ଷରୁ ତତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଉତ୍ସବରେ ଉପଜିଲ୍ଲାପାଳ ଭବତାରଣ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଦାସଙ୍କର କାର୍ଯ୍ୟଦକ୍ଷତା ସମ୍ପର୍କରେ ଆଲୋକପାତ କରିଥିଲେ। ଜଣେ ସଚ୍ଚୋଟ ଅଧିକାରୀ ଭାବେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ ବୋଲି ସେ ପ୍ରକାଶ କରିଥିଲେ। ସମ୍ବର୍ଦ୍ଧନାର ଉତ୍ତରରେ ଶ୍ରୀ ଦାସ ନିଜର କାର୍ଯ୍ୟକାଳ ସମୟରେ ରାଜସ୍ୱ ଅଧିକାରୀମାନଙ୍କ ସହଯୋଗର ଉଚ୍ଚ ପ୍ରଶଂସା କରିଥିଲେ। ଆଗାମୀ ଦିନରେ କାର୍ଯ୍ୟ କ୍ଷେତ୍ରରେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।

Loading...