ଅମୀୟ ପାଣ୍ଡବ ତାଙ୍କର ବହୁ ବନ୍ଧୁଙ୍କ ସହ କଂଗ୍ରେସରେ ଯୋଗଦେଲେ

ଭୁବନେଶ୍ୱର ତା ୧୫.୭ (ଓଡ଼ିଆ ପୁଅ) – ଆଜି ଯୁବନେତା ଶ୍ରୀ ଅମୀୟ ପାଣ୍ଡବ ତାଙ୍କର ବହୁ ବନ୍ଧୁଙ୍କ ସହ କଂଗ୍ରେସରେ ଯୋଗଦେଇଛନ୍ତି। ଏହି ଉପଲକ୍ଷେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ, ଭୁବନେଶ୍ୱର ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏବଂ ଓଡିଶା ପ୍ରଭାରୀ ଶ୍ରୀ ଜିତେନ୍ଦ୍ର ସିଂହ ସେମାନଙ୍କୁ ଉତରୀୟ ଓ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିଥିଲେ ଓ କଂଗ୍ରେସ ଦଳରେ ଗ୍ରହଣ କରିନେଇଥିଲେ। ସେମାନଙ୍କର ଯୋଗଦାନ କଂଗ୍ରେସ ଦଳକୁ ସୁଦୃଢ଼ କରିବ ବୋଲି ଶ୍ରୀ ପଟ୍ଟନାୟକ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସଂପାଦକ ଅନିଲ୍ ଚୌଧୁରୀ, ପିସିସି କାର୍ଯ୍ୟକାରୀ ସଭାପତି ଶ୍ରୀ ଚିରଞ୍ଜିବ ବିଶ୍ୱାଳ, ପ୍ରଦୀପ ମାଝୀ, ନବକିଶୋର ଦାସ ଓ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କାର୍ଯ୍ୟକାରୀ ସଭାପତି ଶ୍ରୀମତୀ ରଶ୍ମି ମହାପାତ୍ର ଉପସ୍ଥିତ ଥିଲେ। ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି କଂଗ୍ରେସରେ ଯୋଗ ଦେଲେ ବୋଲି ଶ୍ରୀ ପାଣ୍ଡବଙ୍କ ସମେତ କର୍ମୀମାନେ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଥିଲେ।

କଂଗ୍ରେସରେ ଯୋଗ ଦେଇଥିବା ବ୍ୟକ୍ତିମାନେ ହେଲେ ଇଂ. ଶିବାନ୍ ମୁଶାରଫ, ମହମ୍ମଦ ଅହମ୍ମଦ, ସେକ୍ ଇନ୍ ଜୁମାମୁଲ ହକ୍, ମନୋଜ ମହାନ୍ତି, ନଗେନ୍ ରଥ, ବନମାଳି ମହାରଥୀ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *