ଓଡ଼ିଶା

ଆନ୍ଧ୍ର ପଥର ଖଣି ଦୁର୍ଘଟଣା ମୃତ ତିନି ଓଡ଼ିଆ ଶ୍ରମିକ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର ୬-୮ (ଓଡ଼ିଆ ପୁଅ) ଆନ୍ଧ୍ର ପ୍ରଦେଶର କୁରନୁଲଠାରେ ପଥର ଖଣି ଦୁର୍ଘଟଣାରେ ତିନି ଜଣ ଓଡ଼ିଆ ଶ୍ରମିକ ମୃତ୍ୟୁ ବରଣ କରିଥିବା ଖବରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରବର୍ଗକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି। ଏବଂ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତ ଓଡ଼ିଆ ଶ୍ରମିକଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top