ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ୩ଟି ବ୍ଳକ୍‌ର ୫୮ଟି ପଞ୍ଚାୟତ ପାଇଁ ୧୨.୮୧ କୋଟି ଟଙ୍କାରେ ମଞ୍ଜୁର ହେଲା ୫୪୩ଟି ପ୍ରକଳ୍ପ

ଭୁବନେଶ୍ୱର ୨୯ ମଇ (ଓଡ଼ିଆ ପୁଅ) ବ୍ଲକ୍ ସ୍ତରରେ ଆରମ୍ଭ ହୋଇଥିବା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୋରାପୁଟ ଜିଲ୍ଲାର କୋରାପୁଟ ବ୍ଲକ, କଳାହାଣ୍ଡି ଜିଲ୍ଲାର ଗୋଲମୁଣ୍ଡା ବ୍ଲକ ଓ ପୁରୀ ଜିଲ୍ଲାର କାକଟପୁର ବ୍ଲକର ଜନସାଧାରଣଙ୍କ ସହିତ ଆଲୋଚନା କରି ସେମାନଙ୍କ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକୁ ମଂଜୁର କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ କୋରାପୁଟ ବ୍ଳକର ୧୪ଟି ପଞ୍ଚାୟତ ପାଇଁ ୨.୫୨ କୋଟି ଟଙ୍କାରେ ୮୮ଟି ପ୍ରକଳ୍ପ, ଗୋଲମୁଣ୍ଡା ବ୍ଲକର ୨୮ଟି ପଞ୍ଚାୟତ ପାଇଁ ୬.୧୬ କୋଟି ଟଙ୍କାରେ ୨୯୫ଟି। ପ୍ରକଳ୍ପ ଓ କାକଟପୁର ବ୍ଳକ୍‌ର ୧୬ଟି ପଞ୍ଚାୟତ ପାଇଁ ୪.୧୩ କୋଟି ଟଙ୍କାରେ ୧୬୦ଟି ପ୍ରକଳ୍ପ ମଞ୍ଜୁର କରିଛନ୍ତି। ଏହିପରି ସମୁଦାୟ ୩ଟି ବ୍ଳକ୍‌ର ୫୮ଟି ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ୧୨.୮୧ କୋଟି ଟଙ୍କାରେ ୫୪୩ଟି ପ୍ରକଳ୍ପ ମଜୁର କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଜନସାଧାରଣ ଓ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏହି ପ୍ରକଳ୍ପ ଗୁଡିକୁ ମିଳିମିଶି ଶୀଘ୍ର ସଂପୂର୍ଣ୍ଣ କରିବାପାଇଁ ପରାମର୍ଶ ଦେଇଥିଲେ। ପ୍ରକଳ୍ପ ଗୁଡିକ ପାଇଁ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ସେମାନଙ୍କର ଖୁସି ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *