ଓଡ଼ିଶା

ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ୩ଟି ବ୍ଳକ୍‌ର ୬୮ଟି ପଞ୍ଚାୟତ ପାଇଁ ୧୬.୬୦ କୋଟି ଟଙ୍କାରେ ମଞ୍ଜୁର ହେଲା ୬୭୬ଟି ପ୍ରକଳ୍ପ

ଭୁବନେଶ୍ୱର ୬ ଜୁନ୍ (ଓଡ଼ିଆ ପୁଅ) ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଜିଲ୍ଲାର ନୀଳଗିରି ବ୍ଲକ, ଢେଙ୍କାନାଳ ଜିଲ୍ଲାର କଙ୍କଡାହାଡ ବ୍ଲକ ଓ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରି ବ୍ଲକର ଜନସାଧାରଣଙ୍କ ସହିତ ଆଲୋଚନା କରି ସେମାନଙ୍କ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକୁ ମଂଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀ ନୀଳଗିରି ବ୍ଲକର ୨୫ଟି ପଞ୍ଚାୟତ ପାଇଁ ୬.୨୫ କୋଟି ଟଙ୍କାରେ ୩୦୨ଟି ପ୍ରକଳ୍ପ, କଂକଡାହାଡ ବ୍ଲକର ୨୧ଟି ପଞ୍ଚାୟତ ପାଇଁ ୪.୮୫ କୋଟି ଟଙ୍କାରେ ୧୫୨ଟି ପ୍ରକଳ୍ପ, ଭଣ୍ଡାରୀପୋଖରି ବ୍ଲକର ୨୨ଟି ପଞ୍ଚାୟତ ପାଇଁ ୫.୫୦ କୋଟି ଟଙ୍କାରେ ୨୨୨ଟି ପ୍ରକଳ୍ପ ମଂଜୁର କରିଛନ୍ତି। ଏହିପରି ସମୁଦାୟ ୩ଟି ବ୍ଲକ୍‌ର ୬୮ଟି ପଞ୍ଚାୟତ ପାଇଁ ମୁଖ୍ୟମନ୍ତ୍ରୀ ୧୬.୬୦ କୋଟି ଟଙ୍କାରେ ୬୭୬ଟି ପ୍ରକଳ୍ପ ମଜୁର କରିଛନ୍ତି।

ଏହି କାର୍ଯ୍ୟକ୍ରମ ଅବସରରେ ଜନସାଧାରଣ ଓ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଏହି ପ୍ରକଳ୍ପ ଗୁଡିକୁ ମିଳିମିଶି ଶୀଘ୍ର ସଂପୂର୍ଣ୍ଣ କରିବାପାଇଁ ପରାମର୍ଶ ଦେଇଥିଲେ। ପ୍ରକଳ୍ପ ଗୁଡିକ ପାଇଁ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ସେମାନଙ୍କର ଖୁସି ବ୍ୟକ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top