ଆସନ୍ତା କାଲି ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

– ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ
– ଯୋଗ ଦେବେ ରାଜ୍ୟ ପ୍ରଭାରୀ ଶ୍ରୀ ଅରୁଣ ସିଂହ
ଭୁୂବନେଶ୍ୱର, ତା.୧୦/୦୪ (ଓଡ଼ିଆ ପୁଅ) : ରାଜ୍ୟର ସାଂପ୍ରତିକ ରାଜନୈତିକ ପରିପ୍ରେକ୍ଷୀରେ ଆସନ୍ତା କାଲି ରାଜ୍ୟ ବିଜେପିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂହଦେଓଙ୍କ ସମସ୍ତ ରାଜ୍ୟ ପଦାଧିକାରୀ ଏବଂ ଜିଲ୍ଲା ପ୍ରଭାରୀମାନେ ଯୋଗ ଦେବେ। ରାଜ୍ୟ ପ୍ରଭାରୀ ଶ୍ରୀ ସିଂହ ଆସନ୍ତା କାଲି ସକାଳ ୧୧ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ। ଏହା ପରେ ଶ୍ରୀ ସିଂହ ଦଳୀୟ ନେତୃବୃନ୍ଦଙ୍କ ସହ ବୈଠକରେ ଯୋଗ ଦେଇ ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରିବେ। ଏହି ବୈଠକରେ ଆଗାମୀ ଭବିଷ୍ୟତ ଦଳୀୟ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ବୋଲି ରାଜ୍ୟ ଉପ ସଭାପତି ଶ୍ରୀ ସମୀର ମହାନ୍ତି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *