ଓଡ଼ିଶା

ଓଡିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୩.୭ (ଓଡ଼ିଆ ପୁଅ) ଓଡିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ପାଇଁ ଏକ ଚିଠା ନୀତି ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥିନିମନ୍ତେ ଅର୍ଥମନ୍ତ୍ରୀ ଶ୍ରୀ ଶଶୀଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିରେ ମଧ୍ୟମ କ୍ଷୁଦ୍ର ଓ ଅଣୁଶିଳ୍ପ ବିଭାଗର ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ସାମଲ ଓ ଶିଳ୍ପ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ ସଦସ୍ୟ ରହିବେ। ଶିଳ୍ପ ବିଭାଗର ପ୍ରମୁଖ ସଚିବ କମିଟିର ଆବାହକ ସଦସ୍ୟ ରହିବେ। ଏକ ମାସ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଆଜି ସଚିବାଳୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ବୈଠକରେ ଚଳଚ୍ଚିତ୍ର ଶିଳ୍ପର ବିଭିନ୍ନ ସମସ୍ୟା ତଥା କଳିଙ୍ଗ ଷ୍ଟୁଡ଼ିଓର ଉନ୍ନତି ସଂପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅର୍ଥ ମନ୍ତ୍ରୀ, ମଧ୍ୟମ କ୍ଷୁଦ୍ର ଓ ଅଣୁ ଶିଳ୍ପ ମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ, ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ, ଉନ୍ନୟନ କମିଶନର ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top