ଅନୁଗୁଳ

କଳମଛୁଇଁ ଶିଶୁମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ତାଳଚେର, ୨୩/୮(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ କଳମଛୁଇଁସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏକ ବିଦ୍ୟାଳୟସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରଧାନାଚାର୍ଯ୍ୟ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପରିଚାଳନା କମିଟିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ ବଡ ଯୋରଡା ଶିଶୁ ମନ୍ଦିରର ପ୍ରଧାନାଚାର୍ଯ୍ୟ ମାୟାଧର ସାହୁ, ପରିଚାଳନା କମିଟିର ଉପସଭାପତି ଭୀମସେନ ସାହୁ, ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ, ସଦସ୍ୟା ଶୋଭାଗିନୀ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଜ୍ଞାନବିଜ୍ଞାନ ମେଳାରେ ୫୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବିଚାରକ ଭାବରେ ଗୋପାଳପ୍ରସାଦ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ଝସକେତନ ନାୟକ, କଳମଛୁଇଁ ବାଳିକା ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ନିରାକର ବାରିକ, ଲୀନାରାଣୀ ଭୂତିଆ ପ୍ରମୁଖ ଯୋଗ ଦେଇ ପ୍ରକଳ୍ପଗୁଡିକର ମୂଲ୍ୟାଙ୍କନ କରିଥିଲେ। କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ପ୍ରମୁଖ ପ୍ରକାଶ ଚନ୍ଦ୍ର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱବଧାନରେ ଆୟୋଜିତ ଏହି ମେଳାକୁ ଗୁରୁମା ବୈଦେହୀ ସାହୁ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଚାର୍ଯ୍ୟ ପ୍ରତିନିଧି ଦମୟନ୍ତୀ ନନ୍ଦ, ବୀଣାପାଣି ବାରିକ, ମୋନାଲିସା ମହାନ୍ତି, ରବିନ ବରାଳ, କମଳ ଲୋଚନ ପ୍ରଧାନଙ୍କ ସହ ସମସ୍ତ ଗୁରୁଜୀ ଓ ଗୁରୁମା ସକ୍ରିୟ ସହଯୋଗ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top