ଅନୁଗୁଳ

କଳମଛୁଇଁ ଶିଶୁ ବିଦ୍ୟାମନ୍ଦିରରେ ଗୁରୁଦିବସ ପାଳିତ

ତାଳଚେର, ୬/୯(ଓଡ଼ିଆ ପୁଅ/ଅଜିତ କୁମାର ବେହେରା):ତାଳଚେର ବ୍ଲକ ଅନ୍ତର୍ଗତ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବରେ ପ୍ରାନ୍ତ ବିଦ୍ୟାମନ୍ଦିର ଶୈକ୍ଷିକ ସଂଯୋଜକ ତଥା କ୍ଷେତ୍ରୀୟ ସଂସ୍କୃତି ପରିଶୋଧ ପରିଯୋଜନା ପ୍ରମୁଖ କୈଳାସ ଚନ୍ଦ୍ର ମିଶ୍ର, ସମ୍ମାନୀତ ଅତିଥିଭାବେ ପରିଚାଳନା କମିଟିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ, ଉପ ସଭାପତି ଭୀମସେନ ସାହୁ ଓ ସମ୍ପାଦକ ବିଭୁତି ଭୂଷଣ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଡ.ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବାସହ ଗୁରୁ ବନ୍ଦନା ପୂର୍ବକ ଗୁରୁଜୀ, ଗୁରୁମାମାନଙ୍କୁ ଧୂପ, ଦୀପ ଦେଇ ପୂଜାର୍ଚ୍ଚନା କରିଥିଲେ। ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଭାରତୀୟ ସଂସ୍କୃତିରେ ଗୁରୁ ପୂଜାର ମହତ୍ୱ ତଥା ଗୁରୁ ଶିଷ୍ୟର ମହନୀୟ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ସଭାପତି ଶ୍ରୀ ବାରିକ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡ.ସର୍ବପଲ୍ଲୀ ରାଧାକୃଷ୍ଣନ୍ଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିଥିଲେ। ଗୁରୁମା ଦମୟନ୍ତୀ ନନ୍ଦ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ମଳୟ କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି କଳମଛୁଇଁ ବାଳିକା ଉଚ୍ଚବିଦ୍ୟାଳୟ, ହିଙ୍ଗୁଳା ନୋଡାଲ ହାଇସ୍କୁଲ, କଳମଛୁଇଁ ଉଚ୍ଚପ୍ରାଥମିକ ବିଦ୍ୟାଳୟ, ମଝୀକା ନରହରିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top