କେନ୍ଦୁଝର, ୩-୭ (ଓଡ଼ିଆ ପୁଅ/ବିଭୂତି ଭୂଷଣ ପଟ୍ଟନାୟକ) ଜୁଲାଇ ୦୨ ତାରିଖ ସୋମବାର ଦିନ ଜିଲ୍ଲାପାଳ ଆଶିଷ ଠାକରେ ଏବଂ ଏସ୍ .ପି. ଜୟ ନାରାୟଣ ପଙ୍କଜଙ୍କ ଅଧ୍ୟକ୍ଷତାରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍ ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ୍ ୧୯୪ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୪୧ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ସମୁଦାୟ ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୬୭ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା। ଅନ୍ୟମାନଙ୍କ ମଧ୍ୟରେ ଡି.ଏଫ୍ .ଓ ସନ୍ତୋଷ ଯୋଶୀ, ପିଡି ଡିଆରଡିଏ ନୃସିଂହ ଚରଣ ସ୍ୱାଇଁ, ଆଇଏଏସ୍ ପ୍ରୋବେସନର ସୋମେଶ ଉପାଧ୍ୟାୟ, କେନ୍ଦୁଝର ଉପଜିଲ୍ଲାପାଳ ସୋମନାଥ ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ସ୍ୱପ୍ନେଶ୍ୱର ଗଡନାୟକ, କେନ୍ଦୁଝରଗଡ଼ ପୌରପାଳିକା ନିର୍ବାହୀ ଅଧିକାରୀ ନିରଞ୍ଜନ ଜେନା, ଆସିଷ୍ଟାଂଟ୍ କଲେକ୍ଟର ଶିବବ୍ରତ ତ୍ରିପାଠୀଙ୍କ ସମେତ ଜିଲ୍ଲାସ୍ତରୀୟ ଏବଂ ବ୍ଲକ୍ ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହି ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ଠାକରେ ୩ ଜଣ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୨୦ ହଜାର ଟଙ୍କା ମଞ୍ଜୁର କରିଥିବା ବେଳେ ଅନ୍ୟ ୩ ଜଣ ରୋଗୀଙ୍କୁ ଚିକିତ୍ସା ନିମନ୍ତେ ରେଡକ୍ରସ୍ ପାଣ୍ଠିରୁ ୧୦୫୦୦ ଟଙ୍କା ମଂଜୁର କରିଥିଲେ।
