କୋଲାବରେ ବୁଡି ପ୍ରାଣ ହରାଇଥିବା ଶିଶୁ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ସହାୟତା ଘୋଷଣା

ଭୁବନେଶ୍ୱର, ୨୧.୧୧.୧୭ (ଓଡ଼ିଆ ପୁଅ) କୋରାପୁଟ ଜିଲ୍ଲା କୋଲାବ ଜଳଭଣ୍ଡାରରେ ୪ ଜଣ ଶିଶୁ ବୁଡ଼ିଯାଇ ପାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପ୍ରାଣ ହରାଇଥିବା ପ୍ରତ୍ୟେକ ଶିଶୁଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *