ଓଡ଼ିଶା

ଗଜପତି ଜିଲ୍ଲାରେ ସଡକ ଦୁର୍ଘଟଣାରେ ୯ ମୃତ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ ଓ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର ୧୩-୨ (ଓଡ଼ିଆ ପୁଅ) ଆଜି ଗଜପତି ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣାରେ ୯ ଜଣ ଶ୍ରମିକ ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକ ସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଘଟଣାରେ ଆହତ ବ୍ୟକ୍ତିଙ୍କୁ ମାଗଣାରେ ଚିକିତ୍ସା ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top