ଘଂଟପଡ଼ା ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ତାଳଚେର, ୨/୮(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ ଘଂଟପଡ଼ା ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସାଗରିକା ହାଜରାଙ୍କ ତତ୍ୱାବଧାନରେ ତଥା ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭାପତି ମନୋଜ ସାହୁ ଓ ସମାଜସେବୀ କ୍ଷୀରୋଦ ସାହୁଙ୍କ ଉପସ୍ଥିତିରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଇକୋ କ୍ଲବର ସଦସ୍ୟ ଏବଂ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟର ସଭାଗୃହରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିଥିଗଣ ବୃକ୍ଷରୋପଣର ଉପକାରିତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀମାନେ ଅଂଶଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *