ଜଗତସିଂହପୁର ଜିଲ୍ଲାରେ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୧-୩ (ଓଡ଼ିଆ ପୁଅ) ଜଗତସିଂହପୁର ଜିଲ୍ଲାର ଏରସମା ଅଞ୍ଚଳରେ ଜନୈକା ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଘଟଣାକୁ ଦୃଢ ନିନ୍ଦା କରିବା ସହିତ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରି ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୃତ ନାବାଳିକାଙ୍କ ପରିବାରର ସଦସ୍ୟ ମାନଙ୍କ ପ୍ରତି ସେ ଗଭୀର ସମବେଦନା ପ୍ରକାଶ କରିବା ସହିତ ପରିବାରର ନିକଟତମ ଆମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *