ପୋଖରୀପୁଟ ଫ୍ଲାଏ ଓଭର ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର ୨୪-୮ (ଓଡ଼ିଆ ପୁଅ) ପୋଖରୀପୁଟ ଫ୍ରାଇଓଭରର ଉଦ୍ଘାଟନ ପରେ ସିମାଞ୍ଚଳ ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ଦୁର୍ଘଟଣାଜନିତ ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ୱର୍ଗତ ପଣ୍ଡା ଗଞ୍ଜାମ ଅଞ୍ଚଳର ବାସିନ୍ଦା ହୋଇଥିବା ବେଳେ ବର୍ତ୍ତମାନ ସେ ସୁନ୍ଦରପଦାରେ ରହୁଥିଲେ ବୋଲି ଜଣାଯାଇଛି। ମୃତକଙ୍କ ପରିବାରବର୍ଗକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି ଏବଂ ମୃତକଙ୍କ ନିକଟତମ ଆୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *