ଓଡ଼ିଶା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ବିଜେପି ତରଫରୁ ଧନ୍ୟବାଦ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ବାଲେଶ୍ୱର ଓ ବଲାଙ୍ଗିରରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଅନୁମତି ଦେବା ପ୍ରସଙ୍ଗରେ

ଭୁବନେଶ୍ୱର, ତା ୧୭/୦୫ (ଓଡ଼ିଆ ପୁଅ) : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରାଜ୍ୟର ବାଲେଶ୍ୱର ଓ ବଲାଙ୍ଗିରରେ ମେଡିକାଲ କଲେଜରେ ୧୦୦ ସ୍ଥାନ ସିଟ୍ରେ ନାମ ଲେଖା ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହି ଅନୁମତି ପ୍ରଦାନ କରିଥିବା କାରଣରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଏବଂ କେନ୍ଦ୍ର ପେଟ୍ରୋଲିୟମ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡା ଏବଂ ବିଧାୟକ ଦଳ ନେତା ଶ୍ରୀ କେ.ଭି ସିଂହ ଦେଓ, ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଗତ ୧୫ ତାରିଖ ଦିନ ମେଡିକାଲ କଲେଜ ସ୍ଥାପନ ଏବଂ ନାମଲେଖା ପ୍ରସଙ୍ଗରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ମାଧ୍ୟମରେ ମାନ୍ୟବର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡାଙ୍କୁ ଅବଗତ କରାଇବା ସହ ଅନୁମତି ପ୍ରଦାନ କରିବାକୁ ଅନୁରୋଧ ଜଣାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top