ad
ଓଡ଼ିଶା

ବଜ୍ରାଘାତରେ ଜଣେ ମହିଳା ମୃତ, ଆଗାମୀ ୪ ଦିନ ପର୍ଯ୍ୟନ୍ତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି

ଭୁବନେଶ୍ୱର/ଅନୁଗୁଳ୧୪ା୩(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ଆଜି କାଳବୈଶାଖି ପ୍ରଭାବରେ ଅନୁଗୁଳ ଜିଲ୍ଲା ପାଲଲହଡ ଥାନା ଜମରା ଗ୍ରାମରେ ଜଣେ ମହିଳା ତାଙ୍କ ଘରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇ ଚାରିଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଅନୁଗୁଳ, ସମ୍ବଲପୁର, ଦେଓଗଡ଼, ଢ଼େଙ୍କାନାଳ, ଗଞ୍ଜାମ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ସୋନପୁରରେ ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରି ସେଲସିୟସ୍‌ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୫ ଡିଗ୍ରି ସେଲସିୟସ୍‌ତାପମାତ୍ରା ରହିଛି। ୧୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ରାଜ୍ୟର ଅନେକ ଜିଲ୍ଲାରେ ୧୪, ୧୫, ୧୬ ଓ ୧୭ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ହୋଇପାରେ। କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି ଏନେଇ ଜିଲ୍ଲାର ବାସିନ୍ଦାମାନଙ୍କୁ ସତର୍କ ରହିବାକୁ ବି ପରାମର୍ଶ ଦିଆଯାଇଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top