Home ଓଡ଼ିଶା ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ହେଲେ ରାଜାଶ୍ରୀ

ବିଜେପି ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ହେଲେ ରାଜାଶ୍ରୀ

144

ବାଲେଶ୍ୱର, ୧୯ା୧ (ଓଡ଼ିଆ ପୁଅ/ଅଭୟ ଦାସ): ବାଲେଶ୍ୱରର ଜିଲ୍ଲାର ଅନ୍ୟତମ ଯୁବନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ସୁପୁତ୍ର ରାଜାଶ୍ରୀ ମହାନ୍ତିଙ୍କୁ ବିଜେପି ଯୁବମୋର୍ଚ୍ଚା ରାଜ୍ୟ ଉପ-ସଭାପତି ଭାବେ ଦାୟିତ୍ୱ ଅର୍ପଣ କରାଯାଇଛି। ଏହି ସୂଚନା ମିଳିବା ପରେ ବସ୍ତା ସମେତ ଜିଲ୍ଲାର ବିଜେପି ଯୁବକର୍ମୀଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ବିଭିନ୍ନ ମହଲରୁ ଶ୍ରୀ ମହାନ୍ତିଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ସେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟଙ୍କ ସମେତ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବାଲେଶ୍ୱର ଜିଲ୍ଲା ପ୍ରଭାରୀ ଗୋଲକ ମହାପାତ୍ର ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି। ଆଗାମୀ ଦିନରେ ଯୁବକର୍ମୀଙ୍କୁ ଏକତ୍ରିତ ସହ ରାଜ୍ୟର ବିଜେପି ଯୁବମୋର୍ଚ୍ଚା ସଂଗଠନକୁ ସୁଦୃଢ଼ କରିବାକୁ ଉଚିତ ପଦକ୍ଷେପ ନେବେ ବୋଲି ଶ୍ରୀ ମହାନ୍ତି ପ୍ରତିଶ୍ରୁତି ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.