ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ ପାଳିତ

ଖଇରା /ବାଲେଶ୍ୱର, ୧୩/୧(ନରେନ୍ଦ୍ର ପ୍ରସାଦ ବେହେରା)-ବାଲେଶ୍ୱର ଜିଲ୍ଲା ଖଇରା ସ୍ଥିତ ବିବେକାନନ୍ଦ ଶିକ୍ଷା କେନ୍ଦ୍ର ପରିସରରେ ପିତୃମାତୃ ସମ୍ମିଳନୀ ସହିତ ବିବେକାନନ୍ଦ ଜୟନ୍ତି ଓ ବାର୍ଷିକ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଖଇରା କଲେଜର ଅବସର ପ୍ରାପ୍ତ ଅଧ୍ୟକ୍ଷ ଉମେଶ ଚନ୍ଦ୍ର ନାୟକ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବେ ଖଇରା ମହାବିଦ୍ୟାଳୟର ଅଧ୍ୟକ୍ଷ ବସନ୍ତ କୁମାର ଖିଲାର, ମୁଖବକ୍ତା ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ଧରଣୀଧର ପାତ୍ର, ଖଇରା ସରପଞ୍ଚ ସୁଦର୍ଶନ ସେଠୀ ଯୋଗ ଦେଇ ଛାତ୍ରଛାତ୍ରୀ ମାନେ ସ୍ୱାମୀବିବେକାନନ୍ଦଙ୍କ ନୀତି ଆର୍ଦଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। କେନ୍ଦ୍ରର ପ୍ରଧାନ ଆଚାର୍ଯ୍ୟ ଡମ୍ବରୁଧର ବାରିକ ଅତିଥି ପରିଚୟ ପ୍ରଦାନ କରିଥିଲେ। ସଂପାଦକ ରମେଶ ଚନ୍ଦ୍ର ସାହୁ ସଂପାଦକୀୟ ପାଠ କରିଥିଲେ। ମୁଖ୍ୟ ଅତିଥିଙ୍କ ଦ୍ୱାରା ଏକ ପୁସ୍ତକକୁ ମଧ୍ୟ ଉନ୍ମୋଚନ କରାଯାଇଥିଲା। ବିଭିନ୍ନ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ ସହିତ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ମଂଚାସୀନ ଅତିଥିମାନେ କେନ୍ଦ୍ର ତଥା ପିଲାମାନଙ୍କର ଶିକ୍ଷା ସହିତ ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ।

Leave a Reply

Your email address will not be published. Required fields are marked *