ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ

ଭଦ୍ରକ, ୯ା ୨ (ଓଡ଼ିଆ ପୁଅ / ପ୍ରମୋଦ ରାୟ) : ନୂଆବଜାରସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରର ଚତୁର୍ଦ୍ଦଶ ବାର୍ଷିକ ଉସ୍ôବ ମହାସମାରୋହରେ ପାଳିତ ହୋଇଯାଇଛି। ଅକ୍ଷୟ ପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଓ ରାଜ୍ୟପାଳ ପୁରସ୍କୃତପ୍ରାପ୍ତ ଶିକ୍ଷକ ପୁରୁଷୋତ୍ତମ ଓଝା, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଫେସର ଯୋଗେନ୍ଦ୍ର ଜେନା, ସମ୍ମାନିତ ଅତିଥି ଭାବେ ପରୀକ୍ଷା ନିୟନ୍ତ୍ରକ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପ୍ରଫେସର ଅଟଳ ବିହାରୀ ନାୟକ, ପଙ୍କଜିନୀ ମହାପାତ୍ର, ଶିବପ୍ରସାଦ ଜେନା ସଂଯୋଜକ ଭାବେ ଯୋଗଦାନପୁର୍ବକ ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା ପୁର୍ବକ ଉତ୍ତମ ନାଗରିକ ହେବା ପାଇଁ ପ୍ରେରଣ ଦେଇଥିଲେ। ଆଚାର୍ଯ୍ୟା ସୁଶ୍ରୀ ତପସ୍ୱିନୀ ଦାଶ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ। ପ୍ରଧାନ ଆଚାର୍ଯ୍ୟା ପ୍ରତିମାରାଣୀ ମହାନ୍ତି ବାର୍ଷିକ ବିବରଣୀ ପାଠ କରିଥିଲେ। ବିଭିନ୍ନ ବିଭାଗର କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ପିଲାମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶେଷରେ ସଭାପତି ଶ୍ରୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *