ଓଡ଼ିଶା

ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଚନ୍ଦ୍ରଶେଖର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର ୯-୨ (ଓଡ଼ିଆ ପୁଅ) ବିଶିଷ୍ଟ ସାହିତ୍ୟିକ ପ୍ରଫେସର ଚନ୍ଦ୍ରଶେଖର ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ ରଥ ଜଣେ ପ୍ରଥିତଯଶା ଲେଖକ ଓ ବିଦ୍ବାନ ଥିଲେ। ଅନେକ କାଳଜୟୀ କବିତା, କ୍ଷୁଦ୍ର ଗଳ୍ପ, ଉପନ୍ୟାସ ଓ ପ୍ରବନ୍ଧ ଜରିଆରେ ସେ ଓଡ଼ିଆ ଭାଷା ଓ ସାହିତ୍ୟକୁ ରୁଦ୍ଧିମନ୍ତ କରିଛନ୍ତି। ଓଡିଆ ଭାଷା ଓ ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ସେ ଅମର ହୋଇ ରହିବେ ବୋଲି ପ୍ରକାଶ କରି ତାଙ୍କ ପରଲୋକ ଓଡ଼ିଶା ଓ ଓଡ଼ିଆ ଭାଷା ପାଇଁ ଏକ ବିରାଟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ସ୍ୱର୍ଗତ ରଥଙ୍କ ନୂଆପଲ୍ଲୀସ୍ଥ ବାସଭବନକୁ ଯାଇ ତାଙ୍କର ମର ଶରୀରରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଜଳି ଜଣାଇଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top