ଜିଲ୍ଲା ପରିକ୍ରମା

ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜନଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଭଦ୍ରକ, ୧୮ା୬ (ଓଡ଼ିଆ ପୁଅ / ପ୍ରମୋଦ ରାୟ) : ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଳିତଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ଜ୍ଞାନଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ୟାମଭକ୍ତ ମିଶ୍ର, ଉପଜିଲ୍ଳାପାଳ ସୂଚାର ବଳ, ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ଼ା.ମହମ୍ମଦ ଅବଦୁଲ୍ ରସିଦ୍, ଡ଼େପୁଟୀ କଲେକ୍ଟର ଜରୁରୀକାଳୀନ ରାଜେନ୍ଦ୍ର ପଣ୍ଡା ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ। ଭଦ୍ରକ ଜିଲ୍ଲାର ବିଭିନ୍ନ ଅଞ୍ଚଂଳରୁ ପ୍ରାୟ ୪୬ଟି ଦରଖାସ୍ତ ଆଗତ କରାଯାଇଥିଲା। ସେଥିମଧ୍ୟରୁ ଘରୋଇ କଳି, ବିଜ୍ଜୁପକ୍କା ଘର, ରାସ୍ତାନିର୍ମାଣରେ ଅନିୟମିତତା, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଆର୍ଥିକ ସହାୟତା ସମସ୍ୟା ଆଦି ବିଭିନ୍ନ ଦରଖାସ୍ତ ଜିଲ୍ଲାପାଳଙ୍କ ଠାରେ ଆଗତ କରାଯାଇଥିଲା। ସେଥିମଧ୍ୟରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୬ଜଣଙ୍କୁ ଆର୍ଥିକ ସହାୟତା ଓ ଜଣେ ମହିଳାଙ୍କୁ ସ୍ୱାବଲମ୍ବି ହେବା ପାଇଁ ଦଶ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଅନ୍ୟାନ୍ୟ ଦରଖାସ୍ତ ଗୁଡ଼ିକୁ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top