ଜିଲ୍ଲା ପରିକ୍ରମା

ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ

ଭଦ୍ରକ, ୨ା୭ (ଓଡ଼ିଆ ପୁଅ / ପ୍ରମୋଦ ରାୟ) : ଭଦ୍ରକ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ପରିସରରେ ମିଳିତ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଜ୍ଞାନଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଅଭିଯୋଗ ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ବି ଗଙ୍ଗାଧର, ଉପଜିଲ୍ଲାପାଳ ସୁଚାର ବଳ, ଡ଼େପୁଟି କଲେକ୍ଟର ରାଜେନ୍ଦ୍ର ପଣ୍ଡା, ଜିଲ୍ଳା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ମହମ୍ମଦ ଅବଦୁଲ ରସଦ୍ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ରହିଥିଲେ। ଆଜି ଜିଲ୍ଳାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୬୫ ଅଭିଯୋଗ ଜିଲ୍ଳାପାଳଙ୍କ ଠାରେ ଆପତ୍ତି ଅଭିଯୋଗ କରାଯାଇଥିଲା। ସେଗୁଡ଼ିକ ହେଲା ବାଧ୍ୟକ୍ୟ ବିଧବା ଭତ୍ତା, ଚିକିତ୍ସାନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ଆର୍ଥିକ ସହାୟତା, ବିଭିନ୍ନ ରୋଗରେ ଆକ୍ରାନ୍ତ ବ୍ୟକ୍ତିମାନେ ଚିକିତ୍ସା ନିମନ୍ତେ ରେଡ଼କ୍ରସରୁ ସାହାଯ୍ୟ ପାଇଁ ଆବେଦନ, ସତ୍ୟସାଇ ବିଦ୍ୟାବିହାର ଅନୁଷ୍ଠାନର ଲାଗିରହିଥିବା ସମସ୍ୟା ସଂର୍ପକରେ ଅଭିଯୋଗ ଆସିଥିଲା। ଏହି ଅଭିଯୋଗଗୁଡିକୁ ଜିଲ୍ଲାପାଳଙ୍କ ଅନୁମୋଦନକ୍ରମେ ଦରଖାସ୍ତଗୁଡିକ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଯାଇଥିଲା। ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଥିଲା।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top