Home ଜିଲ୍ଲା ପରିକ୍ରମା ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ୭୬ତମ ପ୍ରତିଷ୍ଠା ଦିବସ

ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ୭୬ତମ ପ୍ରତିଷ୍ଠା ଦିବସ

36

ଭଦ୍ରକ, ୬ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟର ୭୬ତମ ପ୍ରତିଷ୍ଠା ଦିବସର ଉତ୍ସବ କଲେଜ ସମ୍ମିଳନୀ କକ୍ଷରେ ମହାସମାରୋହରେ ପାଳିତ ହୋଇଛି । ଏହି ଉତ୍ସବରେ ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକ୍କୀ ଦଲୱାଜି ହବିବ ଏବଂ ଭଦ୍ରକ ବ୍ଲକ୍ ଅଧ୍ୟକ୍ଷା ଉର୍ମିଳା ନାୟକ ଯୋଗଦେଇ ମହାବିଦ୍ୟାଳୟର ଶ୍ରେଣୀଗୃହମାନଙ୍କର ପୁନରୁଦ୍ଧାର, ଏକ ନୂତନ ଅଡିଟୋରିୟମ୍ ନିର୍ମାଣ ସହ ବହୁ ବିକାଶ ମୂଳକ କାର୍ଯ୍ୟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପରେ ଆଲୋକପାତ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ସୁବୋଧ ଚନ୍ଦ୍ର ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ ପୁରାତନ ଛାତ୍ର ସଂସଦର ସଭାପତି ପ୍ରଫେସର ଡ. ଦେବେନ୍ଦ୍ରନାଥ ରାଉତ, ପୂର୍ବତନ ଅଧ୍ୟକ୍ଷ ଶିକ୍ଷାବିତ୍ ପ୍ରଫେସର ଶୈଳେନ୍ଦ୍ର ମହାପାତ୍ର, ମୁଖ୍ୟବକ୍ତା ଓ ସମ୍ମାନିତ ବକ୍ତା ଭାବେ ଯୋଗଦେଇଥିଲେ । ଶେଷରେ ମହାବିଦ୍ୟାଳୟର ବରିଷ୍ଠ ପ୍ରାଧ୍ୟାପକ ଡ. ଦୁର୍ଗାଶଙ୍କର ଦାଶ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାକାର୍ଯ୍ୟ ପୂର୍ବରୁ ଅତିଥିମାନେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତଃ ଛକଡି ମହାନ୍ତି, ସ୍ୱର୍ଗତଃ ନରେନ୍ଦ୍ର ପ୍ରସାଦ ଦାସ ଓ ସ୍ୱର୍ଗତଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ ପୂର୍ବକ ମହାବିଦ୍ୟାଳୟର ପତାକା ଉତ୍ତୋଳନ କରିଥିଲେ । ଏହି ଉତ୍ସବରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, କର୍ମଚାରୀ, ଛାତ୍ରଛାତ୍ରୀମାନେ ଯୋଗଦେଇ ସାଫଲ୍ୟ ମଣ୍ଡିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.