କେନ୍ଦୁଝର

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ଘଟଗାଁ,୨୦.୯(ଓଡିଆ ପୁଅ/ଭବାନୀ ପ୍ରସାଦ)- ଘଟଗାଁ ବନବିଭାଗ ଅଧିନସ୍ଥ ଗୟଳମୁଣ୍ଡା ଗ୍ରାମରେ ଗତ ପାଞ୍ଚ ଦିନ ତଳେ ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜିପୁଣି ଜଣେ ଭାଲୁ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳୁ ଘର ପାଖ ଜଙ୍ଗଲକୁ ଯାଇଥିବା ଗ୍ରାମର ପ୍ରଶାନ୍ତ ଜୁଆଙ୍ଗ ହଠାତ ଭାଲୁ ହାବୁଡ଼ରେ ପଡିଯାଇଥିଲେ। ଭାଲୁଟି ପ୍ରଶାନ୍ତକୁ ଅତର୍କିତ ଆକ୍ରମଣ କରିଥିବା ବେଳେ ସେଠାରୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ମେଡିକାଲରେ ଭର୍ତ୍ତି କରାଇଛନ୍ତି। ତେବେ ସ୍ଥାନୀୟ ଅଞ୍ଚଳରେ ବାରମ୍ବାର ଏଭଳି ଘଟଣା ଘଟୁଥିବା କାରଣରୁ ଲୋକେ ଭୟଭୀତ ଅବସ୍ଥାରେ ରହୁଥିବା ପ୍ରକାଶ କରିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top