ଓଡ଼ିଶା

ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

– ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ସମାଧାନ ଆଇନ, ୧୯୫୬ ଆଧାରରେ ଗଠିତ ହେଲା ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ ୨୧-୨ (ଓଡ଼ିଆ ପୁଅ) ଟ୍ରିବ୍ୟୁନାଲ ମାଧ୍ୟମରେ ମହାନଦୀ ଜଳ ବିବାଦର ସମାଧାନ ଲାଗି କେନ୍ଦ୍ର ସରକାର ନିଷ୍ପତି ନେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମହାନଦୀ ଅବବାହିକାରେ ଥିବା ରାଜ୍ୟଗୁଡ଼ିକର ଜଳ ଭାଗ ସମ୍ପର୍କରେ ଏହି ଟ୍ରିବ୍ୟୁନାଲ ବିଚାର କରିବେ। ସମ୍ପୂର୍ଣ୍ଣ ମହାନଦୀ ଶଯ୍ୟାରେ ଥିବା ଜଳର ପରିମାଣ, ପ୍ରତ୍ୟେକ ରାଜ୍ୟର ଯୋଗଦାନ, ପ୍ରତ୍ୟେକ ରାଜ୍ୟରେ ବର୍ତମାନ ଜଳ ସମ୍ପଦର ଉପଯୋଗ ଏବଂ ଭବିଷ୍ୟତର ବିକାଶ ଲାଗି ରହିଥିବା ସମ୍ଭାବନା ଆଧାରରେ ଟ୍ରିବ୍ୟୁନାଲ ବିଚାର କରିବେ।

ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ (ଆଇଏସଆରଡବ୍ଲ୍ୟୁଡି), ୧୯୫୬ ଅନୁଯାୟୀ ଏହି ଟ୍ରିବ୍ୟୁନାଲରେ ଜଣେ ଅଧ୍ୟକ୍ଷ ଏବଂ ଅନ୍ୟ ଦୁଇ ଜଣ ସଦସ୍ୟ ରହିବେ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ବିଚାରପତିଙ୍କ ମଧ୍ୟରୁ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ ଭାରତର ପ୍ରଧାନ ବିଚାରପତି ମନୋନୀତ କରିବେ। ଆହୁରି ଟ୍ରିବ୍ୟୁନାଲର ଶୁଣାଣିରେ ପରାମର୍ଶ ଦେବା ଲାଗି ନଦୀ ଜଳ ସଂକ୍ରାନ୍ତ ସମ୍ବେଦନଶୀଳ ପ୍ରସଙ୍ଗର ସମାଧାନ କ୍ଷେତ୍ରରେ ଅଭିଜ୍ଞତା ରହିଥିବା ଦୁଇ ଜଣ ଜଳସମ୍ପଦ ବିଶେଷଜ୍ଞଙ୍କୁ ମୂଲ୍ୟାଙ୍କନକାରୀ ଉପଦେଷ୍ଟା ଭାବେ ରଖାଯିବ।

ଆଇଏସଆରଡବ୍ଲ୍ୟୁଡି ଆଇନରେ ରହିଥିବା ବ୍ୟବସ୍ଥା ଅନୁଯାୟୀ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ ୩ ବର୍ଷ ରହିବ, ଆବଶ୍ୟକତା ସ୍ଥଳେ ଏହାକୁ ଆହୁରି ୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇପାରିବ।
ଟ୍ରିବ୍ୟୁନାଲ ଗଠନ କରାଯିବା ପରେ ଦୀର୍ଘଦିନ ଧରି ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ରହିଥିବା ବିବାଦର ସମାଧାନ ହୋଇପାରିବ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top