ଗଞ୍ଜାମ

ସାନଖେମୁଣ୍ଡି ବ୍ଲକରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ :୧୯୪ ଟି ପ୍ରକଳ୍ପ ପାଇଁ ୬ କୋଟି ୫୦ ଲକ୍ଷ ଟଙ୍କାର ଅନୁଦାନ

ସାନଖେମୁଣ୍ଡି ୩-୮ (ଓଡ଼ିଆ ପୁଅ/ଲଡ଼ୁ କିଶୋର ଦାଶ): ଗଂଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଅନ୍ତର୍ଗତ ପାଟପୁର ଗ୍ରାମରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଂଜାମ ଜିଲ୍ଲାପାଳ ପ୍ରେମ ଚନ୍ଦ୍ର ଚୌଧରୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟିକା ନନ୍ଦିନୀ ଦେବୀ, ପ୍ରକଳ୍ପ ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ, ବ୍ରହ୍ମପୁର ଉପଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ବିଡ଼ିଓ ଶିବଶଙ୍କର ମିଶ୍ର ପ୍ରମୁଖ ଯୋଗଦାନ କରିଥିଲେ। ଏହି ଅବସରରେ ବ୍ଲକ୍ ଅଧିନରେ ଥିବା ୨୬ ଟି ପଂଚାୟତର ସରପଂଚ, ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ବିଭିନ୍ନ ପଂଚାୟତର ୧୯୪ ଟି ପ୍ରକଳ୍ପ ପାଇଁ ୬ କୋଟି ୫୦ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରିଥିଲେ। ଏହାପରେ ଜିଲ୍ଲାପାଳ ଓ ବିଧାୟିକାଙ୍କ ଉପସ୍ଥିତିରେ ସରପଂଚ ମାନଙ୍କୁ କାର୍ଯ୍ୟାଦେଶ ବଂଟନ କରିଥିଲେ। ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ହଲ, ରାସ୍ତା, ପାଣିପ୍ରକଳ୍ପ ଆଦି ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଓସ୍କାଡ଼ ପ୍ରକଳ୍ପର ସଭାପତି ଯୋଗେନ୍ଦ୍ର ସ୍ୱାଇଁ, ବ୍ଲକ ଅଧ୍ୟକ୍ଷା ସଂଗୀତା ବେହେରା, ସହଦେବ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top