ସାପ କାମୁଡାରେ ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର

ଘଟଗାଁ, ୮.୦୭(ଓଡିଆ ପୁଅ/ଭବାନୀ ପ୍ରସାଦ)- କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ ଭଗାମୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ସାପ କାମୁଡାରେ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ ଗ୍ରାମର ଗଙ୍ଗାଧର ବାରିକ ତାଙ୍କ ପତ୍ନୀ ପୁରୁଡି ବାରିକଙ୍କ ଗତକାଲି ରାତିରେ ଖାଇସାରି ଶୋଇବା ପରେ ଉଭୟଙ୍କୁ ବିଳମ୍ବିତ ରାତିରେ ଏକ ବିଷଧର ସାପ କାମୁଡି ଦେଇଥିଲେ। ସମ୍ପର୍କିୟ ଲୋକେ ଗଙ୍ଗାଧର ଓ ତାଙ୍କ ପତ୍ନୀଙ୍କୁ ହୋଇ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। କିନ୍ତୁ ଚିକିତ୍ସାଧିନ ଅବସ୍ଥାରେ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିଲା। ତେବେ ତାଙ୍କ ପତ୍ନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *