ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ଭଦ୍ରକ, ୧୩ା୧ (ଓଡ଼ିଆ ପୁଅ / ପ୍ରମୋଦ ରାୟ) : ଭଦ୍ରକ ମହିଳା ମହାବିଦ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି। ବିବେକାନନ୍ଦ ଛାତ୍ରମଞ୍ଚ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ମହିଳା ମହାବିଦ୍ୟାଳୟ ଠାରେ ଅଖିଳ ଭାରତ ବିଦ୍ୟାର୍ଥô ପରିଷଦ ତରଫରୁ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପଣ୍ଡା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆସିଷ୍ଟାଣ୍ଡ କଲେକ୍ଟର ସୌମ୍ୟଶ୍ରୀ ପାଣିଗ୍ରାହୀ ଯୋଗ ଦେଇ ଛାତ୍ରୀମାନଙ୍କୁ ସ୍ୱାମୀ ବିବେକାନନ୍ଦଙ୍କ ଆଦର୍ଶ ଉପରେ ମତ ପ୍ରକାଶ କରିଥିଲେ। ସାମ୍ପ୍ରତିକ ପରିସ୍ଥିତିରେ ସ୍ୱାମୀଜୀଙ୍କର ଦର୍ଶନ ଆଜିର ଛାତ୍ର ସମାଜକୁ ପ୍ରଭାବିତ କଲେ ଏକ ସୁସ୍ଥ ସମାଜ ଗଠନରେ ସହାୟକ ହେବ ବୋଲି କହିଥିଲେ। ଏ.ବି.ଭି.ପିର ନଗର ଉପସଭାପତି ରଶ୍ମୀ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *