ହିଙ୍ଗୁଳା ନୋଡାଲ୍ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସଫଳତା

ତାଳଚେର, ୧୦/୫(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ଚଳିତ ବର୍ଷ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ତାଳଚେର ବ୍ଲକ କଳମଛୁଇଁ ପଂଚାୟତ ଅନ୍ତର୍ଗତ ହିଙ୍ଗୁଳା ନୋଡାଲ ହାଇସ୍କୁଲର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଚଳିତ ବର୍ଷ ଉକ୍ତ ସ୍କୁଲର ମୋଟ ୫୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଏ-୨ ଗ୍ରେଡ଼୍ରେ ଜଣେ, ବି-୧ରେ ୫ଜଣ, ବି-୨ରେ ୧୪ଜଣ ସହ ମୋଟ ୫୧ଜଣ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି। ସ୍କୁଲର ଏହି ଉଲ୍ଲେଖନୀୟ ସଫଳତା ପାଇଁ ପ୍ରଧାନଶିକ୍ଷକ ଦୁଃଖବନ୍ଧୁ ସାହୁ ସଫଳ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ଗୋପାଳପ୍ରସାଦ ହାଇସ୍କୁଲରେ ୮୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବି-୧ରେ ୨ଜଣ, ବି-୨ରେ ୧୩ ଜଣଙ୍କ ସହ ଶତକଡା ୯୩ ପ୍ରତିଶତ ହାରରେ ମୋଟ ୮୩ଜଣ ଉତୀର୍ଣ୍ଣ ହୋଇଛନ୍ତି ବୋଲି ପ୍ରଧାନଶିକ୍ଷକ ହେମନ୍ତ କୁମାର ମିଶ୍ର ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *