Home ଜିଲ୍ଲା ପରିକ୍ରମା ଅଗ୍ନିକାଣ୍ଡରେ ୩ ବଖରା ଭସ୍ମୀଭୂତ

ଅଗ୍ନିକାଣ୍ଡରେ ୩ ବଖରା ଭସ୍ମୀଭୂତ

106

ଭଦ୍ରକ, ୧୬ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବାଉଦପୁର ପଂଚାୟତର ଜେନାସାହିରେ ଅଗ୍ନିକାଣ୍ଡ ଘଟିଛି । ପ୍ରାପ୍ତ ସୂଚନା ଅନୁଯାୟୀ ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ବାଉଦପୁର ପଂଚାୟତର ବାବୁରାମ ଜେନାଙ୍କ ୩ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ôଚ ନିଆଁକୁ ଆୟତ୍ତ କରାଯାଇଥିଲେ ମଧ୍ୟ ଘରର ଆସବାବ ପତ୍ର ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଗ୍ନିକାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୁଲିସ୍ ପହଞ୍ôଚ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.