Home କୋରାପୁଟ କୋରାପୁଟ ସରକାରୀ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

କୋରାପୁଟ ସରକାରୀ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

170

କୋରାପୁଟ ; ତା୧୬-୦୨-୧୯(ଓଡିଆପୁଅ/ରଂଜନ କୁମାର ଦାସ)କୋରାପୁଟ ସରକାରୀ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରାଧାନଶିକ୍ଷକ ଶ୍ରୀକାନ୍ତ ଜାନିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ସହକାରୀ ଜିଲ୍ଲାପାଳ ଆଲୋକ କୁମାର ଅନୁଗୁଲିଆ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଉତମ ନାଗରିକ ହେବା ସହ ଦେଶ ସେବାରେ ନିଜକୁ ନିୟୋଜିତ କରିବାକୁ କୋରାପୁଟ ମହିଳା କଲେଜର ଅଧ୍ୟାପିକା ଡ.ପ୍ରୀତିଧାରା ସାମଲ ମୁଖ୍ୟବକ୍ତାଭାବେ ଯୋଗଦେଇ ଉପସ୍ଥିତ ଛାତ୍ରୀମାନଙ୍କୁ ଆହ୍ୱାନ ଦେଇଥିଲେ।କୋରାପୁଟ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିକାଶ ଚନ୍ଦ୍ର ସରକାର, ବନ୍ଧୁଗାଁ ବ୍ଲକ ଶିକ୍ଷା ଅଧିକାରୀ ପ୍ରଫୁଲ୍ଲ କୁମାର ମିଶ୍ର ଓ ଆଲୁମିନିର ସଭାନେତ୍ରୀ ମଞୁଲା ବେହେରା ପ୍ରମୁଖ ସମ୍ମାନ୍ନିତ ଅତିଥିଭାବେ ଯୋଗଦେଇଥିଲେ।ଶିକ୍ଷୟତ୍ରୀ ମିନା କୁମାରୀ ସ୍ୱାଇଁ ମଂଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଦୁର୍ଗ ପ୍ରସାଦ ରଥ ଧନ୍ୟବାଦ ଅର୍ପଣ କରିଥିଲେ।ସଭାପରେ ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.