Home କୋରାପୁଟ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

395

କୋରାପୁଟ ;ତା ୦୯-୦୧-୧୯(ଓଡିଆ ପୁଅ/ରଂଜନ କୁମାର ଦାସ)ସ୍ଥାନୀୟ ସଦଭାବନା ସଭାଗୃହଠାରେ କୋରାପୁଟ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତିଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଟକ ଅନୁଷ୍ଠିତ ହୋଇଯାଇଛି।ଆସନ୍ତା ୨୧ ତାରିଖଠାରୁ ୨୪ ତାରିଖ ପର୍ଯ୍ୟନ୍ତ ପୋଲିସ ପ୍ୟାରେଡ ପଡିଆଠାରେ ପ୍ୟାରେଡ ଅଭ୍ୟାସ କରାଯିବ ବୋଲି ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟଗୁରୁ ପ୍ରକାଶ କରିଥିଲେ।ପ୍ୟାରେଡ ଦଳ ପୂର୍ବାହ୍ନ ୮ ଘ.୩୦ ମିନିଟ ସମୟରେ ପୋଲିସ ପଡିଆଠାରେ ପହଂଚିବାକୁ ପୋଲିସ ଆରଆଇ ସୁବାସ ଚନ୍ଦ୍ର ନାୟକ ସୂଚନା ଦେଇଥିଲେ।ପୋଲିସ ପ୍ୟାରେଡ ପଡିଆଠାରେ ପାଣି ସିଂଚନ କରିବାକୁ ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତି ନିର୍ଦ୍ଦେଶ ଦେଇଥିଲେ।ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ।କ୍ରୀଡା ତଥା ଅନ୍ୟାନ୍ୟ କ୍ଷେତ୍ରରେ ଜିଲ୍ଲାର ସୁନାମ ଆଣିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଏକ ୫ ଜଣିଆ କମିଟି ଗଠନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ।ସାଂସ୍କୃତିକ କାର୍ଯ୍ୟକ୍ରମରେ କେବଳ ଦେଶଭକ୍ତି ସଂଗୀତ ପରିବେଷଣ କରିବାକୁ ସେ ପରାମର୍ଶ ଦେଇଥିଲେ।ଅନେକ ପ୍ରଧାନଶିକ୍ଷକ / ପ୍ରଧାନଶିକ୍ଷୟତ୍ରୀ ବୈଠକରେ ଅନୁପସ୍ଥିତ ରହିଥିବା ଦେଖିବାକୁ ମିଳିଥିଲା।କୋରାପୁଟ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଏମ.ଅବଦୁଲ ଅଖତର, କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର, କୋରାପୁଟ ମ୍ୟୁନସିପାଲଟିର ପୂର୍ବତନ ଅଧ୍ୟକ୍ଷ ଭଗବାନ ବାହିନିପତି ପ୍ରମୁଖ ଉପସ୍ଥିତ ଥିଲେ।ଏହି ଅବସରରେ ଜଳବିଭାଜିକ ପ୍ରକଳ୍ପ ନିର୍ଦ୍ଦେଶକ ଭବାନୀ ଶଙ୍କର କାଲୋ, ଜିଲ୍ଲା ପଂଚାୟତ ଅଧିକାରୀ ସୁଦେଶ ପଟନାୟକ, ଜିଲ୍ଲା କ୍ରୀଡା ଅଧିକାରୀ ରାଜ କିଶୋର ଜେନା, ଜିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀ, ଉମାକାନ୍ତ ଦାଶ, ନାରାୟଣ ପଣ୍ଡା, ଅଧ୍ୟାପକ ଡ .ପ୍ରତିଧାରା ସାମଲ, ଅଧ୍ୟାପକ ରବି ଶତପଥି, ଡ.ଜଗବନ୍ଧୁ ସାମଲ, କୋରାପୁଟ ଟାଉନଥାନା ଏସଆଇ ଆର .ଦେବତା ପ୍ରମୁଖ ଯୋଗଦେଇଥିଲେ।ଶେଷରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ରାୟଗୁରୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ କାର୍ଯ୍ୟାଳୟର ସତ୍ୟ ନାରାୟଣ ପ୍ରଧାନ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.