Home କୋରାପୁଟ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

32

କୋରାପୁଟ ୦୩-୦୮(ଓଡିଆ ପୁଅ /ରଂଜନ ଦାସ) ସ୍ଥାନୀୟ ସଦଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ  ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।କୋରାପୁଟ ଜିଲ୍ଲାପାଳ ଅବଦ୍ଦାଲ ଏମ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋରାପୁଟ ଅତିରିକ୍ତ ଜିଲ୍ଲାପାଳ ଦେବେନ କୁମାର ପ୍ରଧାନ ପୂର୍ବ ବର୍ଷରେ ପାଳନ କରାଯାଇଥିବା ସ୍ୱାଧୀନତା ଦିବସ ପାଳନ ସଂପର୍କରେ ଆଲୋକପାତ କରିଥିଲେ ।କେବଳ ପୋଲିସ ଓ ପାରାମିଲିଟାରୀ ପ୍ୟାରେଡ ଦଳ ଚଳିତ ବର୍ଷ ସ୍ୱାଧୀନତା ଦିବସରେ ଭାଗ ନେବେ  । ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯିବାକୁ ବୈଠକରେ ନିଷ୍ପତି ନିଆଯାଇଥିଲା ।ଅନଲାଇନ ମାଧ୍ୟମରେ ପ୍ରତିଯୋଗିତା କରାଯିବା ସହ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଶ୍ରେଷ୍ଠ ଛାତ୍ରଛାତ୍ରୀଙ୍କୁ ସମ୍ମାନ୍ନିତ କରାଯିବ ।ଦ୍ୱିତୀୟ ଲହର କୋଭିଡ ଯୋଦ୍ଧାମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ସମ୍ମାନ୍ନିତ କରାଯିବାକୁ ନିଷ୍ପତି ନିଆଯାଇଥିଲା ।ଏହି ବୈଠକରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନି୍େ‌ର୍ଦଶକ ପ୍ରବୀର କୁମାର ନାୟକ ,କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର , ଜୟପୁର ଉପଜିଲ୍ଲାପାଳ ହେମକାନ୍ତ ସାଏ, ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଭବାନୀ ଶଙ୍କର କାଲୋ ,ଆଂଚଳିକ ପରିବହନ ଅଧିକାରୀ ପି.କେ.ଦାସ,କୋରାପୁଟ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ କାରୁ ସୋରେନ ,କୋରାପୁଟ ପୋଲିସ ଉପଖଣ୍ଡ ଅଧିକାରୀ ଗୁଣନିଧି ମଲ୍ଲିକ , କୋରାପୁଟ ଟାଉନ ଥାନା ଭାରପ୍ରାପ୍ତ ନିରୀକ୍ଷକ ଧିରେନ ପଟନାୟକ ,କୋରାପୁଟ ରାସ୍ତା ଓ କୋଠାବାଡି ବିଭାଜନର ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ଖୁରା ,କୋରାପୁଟ ମ୍ୟୁନସିପାଲଟି ନିର୍ବାହୀ ଅଧିକାରୀ ଆଲୋକ ରଂଜନ ସାମାନ୍ତରାୟ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞଳ ମହାପାତ୍ର, ଜନସ୍ୱାସ୍ଥ୍ୟ ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ଜେନା , ଏଡିପିଏଚଓ(ମ୍ୟାଲେରିଆ) ଡାକ୍ତର ଏସ.ଦାସ ,କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲର ମ୍ୟାନେଜର ଅଭିରାମ ସାହୁ ଓ ଶୁଭେନ୍ଦୁ ପଣ୍ଡା , କୋରାପୁଟ ସାଂସଦଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।ଶେଷରେ ଜିଲ୍ଲା ସୂଚନା ଓଲୋକ ସଂପର୍କ ଅଧିକାରୀ ଜଗନ୍ନାଥ ପ୍ରସାଦ ରାୟଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ ।କାର୍ଯ୍ୟକ୍ରମକୁ ସତ୍ୟ ନାରାୟଣ ପ୍ରଧାନ , ଏ.କେ.ବେହେରା, ସନ୍ତୋଷ କୁମାର ସେଠୀ ଓ ଅନ୍ୟାନ୍ୟ କର୍ମଚାରୀ ଯୋଗଦେଇ ପରିଚାଳନାରେ ସହ ଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.