Home କୋରାପୁଟ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

68

କୋରାପୁଟ ୦୮-୦୨(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାର ନୂତନ ଜିଲ୍ଲାପାଳ ମହମ୍ମଦ ଅବଦାଲ ଅଖତର ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ।ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ନୂତନ ଜିଲ୍ଲାପାଳଙ୍କୁ ପୂବର୍ତନ ଜିଲ୍ଲାପାଳ ମଧୁସୂଦନ ମିଶ୍ର ଦାୟିତ୍ୱ ହସ୍ତାନ୍ତର କରିଥିଲେ ।ଏଥିପୂର୍ବରୁ ସେ କଟକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର କୁମାର ନାୟକ ,ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ଚନ୍ଦ୍ର ନାୟକ ,କୋରାପୁଟ ଉପଜିଲ୍ଲାପାଳ ଲଲିତ କୁମାର କହଁର ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ମକରନ୍ଦ ବେଉରା ,ସ୍ୱାସ୍ଥ୍ୟ ମିଶନର ଡିପିଏମ ଶୁଭକାନ୍ତ ଗନ୍ତାୟତ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞଳ ମହାପାତ୍ର , ଜିଲ୍ଲା ମଙ୍ଗଳ ଅଧିକାରୀ ହରେକୃଷ୍ଣ ପ୍ରଧାନ , ଓଡିଶା ଜିବୀକା ମିଶନର ଡିପିଏମ ସୁସ୍ମିତା ସାମନ୍ତରାୟ ,ଗ୍ରାମୀଣ ପାନୀୟ ଜଳ ଯୋଗାଣ ଓ ପରିମଳ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଶଶିଭୂଷଣ ମିଶ  ପ୍ରମୁଖଙ୍କ ସହ ଅନ୍ୟାନ୍ୟ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ ।ଜିଲ୍ଲାର ବିକାଶକୁ ତ୍ୱାରାନ୍ନିତ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି ସେ ସାମ୍ବାଦିକମାନଙ୍କୁ ସୈାଜନ୍ୟମୂଳକ ସାକ୍ଷାତାକାର ସମୟରେ ପ୍ରକାଶ କରିଛନ୍ତି ।କୋଟିଆ ସମସ୍ୟାକୁ ନେଇ ରାଜ୍ୟ ସରକାର କଡା ନଜର ରଖିଛନ୍ତି ଓ ରାଜ୍ୟ ସରକାର ଯାହା ନିଷ୍ପତି ନେବେ ତାହାକୁ ଜିଲ୍ଲା ପ୍ରଶାସନ କାର୍ଯ୍ୟକାରୀ କରିବେ ବୋଲି ସେ ସୂଚନା ଦେଇଛନ୍ତି ।ପଟ୍ଟାଙ୍ଗୀ ତହସିଲର ସୁନାବେଡାରେ ରହିଥିବା ସୀମା ବିବାଦକୁ ଅନୁଧ୍ୟାନ କରିବା ପରେ ଉଚିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.