Home Top News ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ସିଂହଦ୍ଵାରରେ ବିକ୍ଷୋଭ ଏବଂ ପ୍ରଦୀପ ପ୍ରଜ୍ୱଳନ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ସିଂହଦ୍ଵାରରେ ବିକ୍ଷୋଭ ଏବଂ ପ୍ରଦୀପ ପ୍ରଜ୍ୱଳନ

31

ପୁରୀ-୨୬.୧୦ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶିକ୍ଷୟିତ୍ରୀ ମମିତା ମେହେରଙ୍କ ଜଘନ୍ୟ ହତ୍ୟାକାଣ୍ଡ ଘଟଣାରେ ସାରା ରାଜ୍ୟରେ ବିରୋଧୀ ଦଳ ପକ୍ଷରୁ ଆନ୍ଦୋଳନ, ଧାରଣା, ପ୍ରତିବାଦ ଚାଲିଛି। ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସମ୍ପୃକ୍ତି ଥିବା ଅଭିଯୋଗ ଆଣି ବିରୋଧି ଦଳମାନେ ତୁରନ୍ତ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରନ୍ତୁ ବୋଲି ଦାବି କରୁଛନ୍ତି। ହେଲେ ସରକାର କୌଣସି ପଦକ୍ଷେପ ଏ ପର୍ଯ୍ୟନ୍ତ ନେଇ ନାହାନ୍ତି। ଏଣୁ ଏହାର ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଆଜି ପୁରୀରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରାଯାଇଛି। ଶ୍ରୀମନ୍ଦିର ସିଂହ ଦ୍ୱାରରେ ପ୍ରଥମେ ଦୀପ ଦାନ ପରେ ବଡ଼ ଦାଣ୍ଡ ଶୋଭାଯାତ୍ରା ବାହାରି ଗୁଣ୍ଡିଚା ମନ୍ଦିର ନିକଟରେ ଶେଷ ହୋଇଥିଲା। ବିଜେପିର ମହିଳା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାରଙ୍କ ସମେତ ବହୁ ନେତ୍ରୀ ଓ ମହିଳା କର୍ମୀ ଏହି ଶୋଭାଯାତ୍ରାରେ ସାମିଲ ହୋଇ ଥିଲେ। ସେହିପରି ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଏହି ପ୍ରତିବାଦ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ବିଜେପିର ନେତାମାନେ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଥିଲେ। ମନ୍ତ୍ରୀ ଦିଵ୍ୟ ଶଙ୍କର ମିଶ୍ରଙ୍କ କାର୍ଯ୍ୟକଳାପ ସନ୍ଦେହ ଜନକ ଥିଲେ ମଧ୍ୟ ସରକାର ଏ ନେଇ ତଦନ୍ତ କରିବା ପରିବର୍ତ୍ତେ ମନ୍ତ୍ରୀଙ୍କୁ ସୁରକ୍ଷା ଦେବା ଦୁର୍ଭାଗ୍ୟଜନକ ବୋଲି ବିଜେପି କହିଛି। ରାଜ୍ୟରେ ବିଜେଡିର ନେତାମାନେ ହତ୍ୟା, ଦୁଷ୍କର୍ମ ଘଟଣାରେ ସମ୍ପୃକ୍ତ ଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଦୋଷୀଙ୍କୁ ଘଣ୍ଟ ଘଉଡାଇବା ଅତ୍ୟନ୍ତ ଲଜ୍ୟାଜନକ ବୋଲି ବିଜେପି କହିଛି। ସରକାର ତୁରନ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ନ ନେଲେ ବିଜେପି ଆଗାମୀ ଦିନରେ ଆହୁରି ଜୋରଦାର ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.