Home ଜିଲ୍ଲା ପରିକ୍ରମା ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଆରୋହୀ ମୃତ୍

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଆରୋହୀ ମୃତ୍

28

ହରିଚନ୍ଦନପୁର,ତା ୫ ଡିସେମ୍ବର (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ)କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଳୁଘାଟିରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି । ଖବର ଅନୁଯାୟୀ ଗତକାଲି ରାତ୍ରି ସମୟରେ ବାରିପାଳ ଗ୍ରାମର ଅଜୟ କୁମାର ପାତ୍ର(୩୯) କୌଣସି କାମରେ ହରିଚନ୍ଦନପୁର ଆସୁଥିବା ବେଳେ ବାଇକଟି କୌଣସି କାରଣରୁ ଆଳୁଘାଟିରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଅଜୟ ବରିପାଳ ଅଞ୍ଚଳରୁ ଏକ ପଲସର ବାଇକ୍ (ଓଆର ୦୪ଏଲ ୭୧୬୫) ଯୋଗେ କୌଣସି କାମରେ ହରିଚନ୍ଦନପୁର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ଆଜି ସକାଳ ସମୟରେ ସ୍ଥାନୀୟ ଲୋକେ ଘଟଣା ଦେଖି ଅଗ୍ନିଶମ ବିଭାଗକୁ ଫୋନ୍ ଯୋଗେ ଜଣାଇଥିଲେ । ସୂଚନା ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ୍ ଦେହକୁ ଉଦ୍ଧାର କରି ହରିଚନ୍ଦନପୁର ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.