Home ଓଡ଼ିଶା ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ

19

ହରିଚନ୍ଦନପୁର, ତା ୧୩ ଜାନୁଆରୀ (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ କଲେଜ ନିକଟସ୍ଥ ଗେଣ୍ଡାଖୋଜି ଛକ ନିକଟରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ, ଯୁବକ ମୃତ । ହରିଚନ୍ଦନପୁର ଅଞ୍ଚଳର ଦଶରଥ ମହାନ୍ତଙ୍କ ପୁଅ ଚନ୍ଦନ ମହାନ୍ତ(୩୨) ବାଇକ୍ ଯୋଗେ କେନ୍ଦୁଝର ଠାରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଖବର ଅନୁଯାୟୀ ବୁଧବାର ଅପରାହ୍ନ ୫ଟା ସମୟରେ ଉକ୍ତ ଛକ ନିକଟରେ କୌଣସି କାରଣରୁ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ସୁରକ୍ଷା ବାଡ଼ାରେ ଧକ୍କା ଦେଇଥିଲା । ଫଳରେ ଚନ୍ଦନ ବାଇକରୁ ପଡ଼ି ଗୁରୁତର ଆହତ ହୋଇଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପଣ୍ଡାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ସେଠାରେ ଚିକିତ୍ସା ଆରମ୍ଭ ପୂର୍ବରୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି । ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକକୁ ଜବତ କରି ନିଜ ଅକ୍ତିଆରକୁ ନେବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.