Home ଜିଲ୍ଲା ପରିକ୍ରମା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

48

ଭଦ୍ରକ, ୭ା୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥ ସରକାର ନଗର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ସରକାର ନଗର ଠାରେ ଏକ ସ୍କୁଟିରେ ଦୁଇଜଣ ଯାଉଥିବା ସମୟରେ ଦ୍ରୁତଗତିରେ ଆସୁଥିବା ହାଇୱା ପଛପଟୁ ସ୍କୁଟି ଆରୋହୀଙ୍କୁ ବାଡେଇଥିଲା । ଘଟଣାସ୍ଥଳରେ ମହିଳାଙ୍କ ଶୋଚନୀୟ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଯୁବକ ଜଣଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ପରେ ଉତ୍ତ୍ୟକ୍ତ ଲୋକ ସରକାର ନଗର ନିକଟରେ ଭଦ୍ରକ-ଚାନ୍ଦବାଳି ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ । ଫଳରେ ଉଭୟପଟୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ଘଟଣାସ୍ଥଳରେ ପୁଲିସ୍ ଓ ଭଦ୍ରକ ଏସ୍‌ଡିପିଓ ପହଞ୍ôଚ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ଫଳରେ ଉକ୍ତ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା । ମୃତ ମହିଳା ଜଣକ ଭଦ୍ରକ ବାସୁଦେବପୁର ଅଂଚଳର ବୋଲି ଜଣାପଡିଛି । ଏହି ଘଟଣାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.