Home Top News ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ୬୩, ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ୬୩, ୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି

71

ରେସିଡେନ୍ସି ପିରିଅଡ କମିଲା : ଗୁଣାତ୍ମକ ଶିକ୍ଷା କାର୍ଯ୍ୟକ୍ରମ ର ସଫଳତା ରେ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୩୦ ଜୁଲାଇ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟ ଗୁଡିକର ଶିକ୍ଷକ ମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିଅଡକୁ କମ୍ କରାଯାଇଛି।

ଏହାଦ୍ବାରା ରାଜ୍ୟର ୬୩, ୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇପାରିବେ। ତା ସହିତ ଉଚ୍ଚପ୍ରାଥମିକ ସ୍ତରରେ ବିଭିନ୍ନ ବିଷୟ ପାଇଁ ଶିକ୍ଷକ ପଦବୀ ପୂରଣ ହେବ ଏବଂ

ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍ତରରେ ପ୍ରଧାନ ଶିକ୍ଷକ ପଦବୀ ଗୁଡିକ ମଧ୍ୟ ପୂରଣ ହୋଇପାରିବ।

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ବିଭିନ୍ନ ସ୍ତରରେ ଶିକ୍ଷକ ଅଭାବ ପୂରଣ ହେବା ଦ୍ବାରା ପ୍ରାଥମିକ ବିଦ୍ୟାଳୟ ଗୁଡିକର ପରିଚାଳନାରେ ଉନ୍ନତି ଆସିବା ସହିତ ଶୈକ୍ଷିକ ପରିବେଶରେ ମଧ୍ୟ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେବା ଦ୍ବାରା ୫(ଏ) ସ୍ତରରେ ଥିବା ୨୯, ୭୫୯ ଜଣ ସହକାରୀ ଶିକ୍ଷକ ୫(ବି) ସ୍ତରକୁ ପଦୋନ୍ନତି ପାଇବେ ଏବଂ ୫(ବି) ସ୍ତରରେ ଥିବା ୨୯, ୭୫୯ ଜଣ ବରିଷ୍ଠ ଶିକ୍ଷକ ତୁରନ୍ତ ଲେଭେଲ-୪ କୁ ପଦୋନ୍ନତି ପାଇବେ। ଏହାସହିତ ଲେଭେଲ IVରେ ଥିବା ୩୭୮୫ ଜଣ ପ୍ରଧାନ ଶିକ୍ଷକ ସେପ୍ଟେମ୍ବର ମାସ ସୁଦ୍ଧା ଲେଭେଲ-୩ କୁ ପଦୋନ୍ନତି ପାଇବେ। ଲେଭେଲ ୫(ବି) ରେ ଥିବା ସହକାରୀ ଶିକ୍ଷକ ମାନଙ୍କ ପାଇଁ ରେସିଡେସନ୍‌ସି ପିରିଅଡକୁ ଏକ ବର୍ଷରୁ ୬ ମାସ କରାଯାଇଥିବା ବେଳେ, ଲେଭେଲ-୪ ରୁ ଲେଭେଲ-୩ କୁ ପଦୋନ୍ନତି ପାଇବା ପାଇଁ ରେସିଡ଼େନସି ପିରିଅଡର ସୀମା ୨ ବର୍ଷରୁ ୧ ବର୍ଷ କରାଯାଇଛି।

ସୂଚନାଯୋଗ୍ୟ ଯେ ୨୦୧୯ରେ ପ୍ରାଥମିକ ଶିକ୍ଷକ ମାନଙ୍କ କ୍ୟାଡରର ପୁନର୍ଗଠନ କରାଯାଇ ଲେଭେଲ-୪ ରେ ୨୧, ୪୬୩ ଶିକ୍ଷକ ପଦବୀ ସ୍ଥାନରେ ୫୧, ୧୬୪ ଟି ପଦବୀ ସୃଷ୍ଟି କରାଯାଇଥିଲା ଏବଂ ଲେଭେଲ-୩ ରେ ଥିବା ୯୩୦୫ ଟି ପଦବୀ ସ୍ଥାନରେ ୧୮, ୭୬୯ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପଦୋନ୍ନତି ପାଇବାକୁ ଯାଉଥିବା ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଗୁଣାତ୍ମକ ଶିକ୍ଷାଦାନ ଦିଗରେ ରାଜ୍ୟ ସରକାରଙ୍କ ଉଦ୍ୟମର ସଫଳତା ରେ ସମସ୍ତ ଙ୍କ ସହଯୋଗ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.