Home Top News ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ନୀତି ପାଳିତ

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ ନୀତି ପାଳିତ

130

ପୁରୀ ୨୭-୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥାଏ। ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀ ବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥାନ୍ତି। ପୂଜାପଣ୍ଡା, ପତି ମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି। ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି। ତିନିବାଡ଼ରେ ପୂଜାପଣ୍ଡା, ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି। ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ। ଏହିପରି ଭାବେ ପ୍ରଥମାଷ୍ଟମୀ ଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.