ଓଡ଼ିଶା

୨୪ ସେପ୍ଟେମ୍ବର ସୋମବାର: ଜାଣନ୍ତୁ ଆପଣଙ୍କ ଆଜିର ରାଶିଫଳ

ମେଷ : ଆପଣଙ୍କର ଆଜିର ଦିନ ପରୋପକାର ଏବଂ ସଦଭାବନାରେ ବିତିବ। ମାନସିକ ରୂପରେ କାର୍ଯ୍ୟଭାର ଅଧିକ ରହିବ। ଆଜି ଶାରୀରିକ ଏବଂ ମାନସିକ ଫୁର୍ତ୍ତି ଅନୁଭବ କରିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ବିଦ୍ୟାର୍ଥୀଗଣ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ। ସନ୍ତାନମାନଙ୍କର ଅଧ୍ୟୟନ କିମ୍ବା ଅନ୍ୟ କାରଣରୁ ଧନ ଖର୍ଚ୍ଚ ହୋଇପାରେ।

ବୃଷ : ଆଜି ଆପଣଙ୍କୁ ବାଦ-ବିବାଦରୁ ଭଲ ସଫଳତା ମିଳିବ। ଆପଣଙ୍କ ବାଣୀରେ ଆଜି ଆପଣଙ୍କୁ ଲାଭ ହେବ। ଏହା ନୂଆ ସମ୍ବନ୍ଧରେ ସଦଭାବ ବଢ଼ିବାର ମଧ୍ୟ ସମ୍ଭାବନା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପଢ଼ିବା-ଲେଖିବାରେ ରୁଚି ବଢ଼ିବ ଏବଂ ତାଙ୍କର ଆଜି ଭଲ ଦିନ ଅଟେ। ନିଜର ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।

ମିଥୁନ : ନୂଆ ଯୋଜନା ଆରମ୍ଭ କରିବା ପାଇଁ ଆଜି ଅନୁକୂଳ ଦିନ ଅଟେ। ବ୍ୟବସାୟ କରୁଥିବାଲୋକଙ୍କୁ ସରକାରଙ୍କ ତରଫରୁ ଲାଭ ମିଳିବାର ଯୋଗଅଛି ଏବଂ ଚାକିରି ପେଶାଲୋକଙ୍କୁ ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ମିଳିବାର ଯୋଗ ଅଛି। ଅଧିକ ବିଚାର କାରଣରୁ ହୋଇଥିବା ମାନସିକ ଆଳସ୍ୟରେ ନିଦରେ ବାଧା ଉପୁଜିପାରେ।

କର୍କଟ : ଆଜି ଆପଣ ପ୍ରଫୁଲ୍ଲିତ ରହିବେ। ନୂଆ କାର୍ଯ୍ୟର ଆରମ୍ଭ ମଧ୍ୟ ଆଜି କରିପାରନ୍ତି। ମିତ୍ରମାନଙ୍କ ଏବଂ ସ୍ନେହୀଜନମାନଙ୍କର ଭେଟରେ ଆନନ୍ଦିତ ହେବେ। କାର୍ଯ୍ୟରେ ମିଳିଥିବା ସଫଳତାର କାରଣ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରିବେ। ସମ୍ବନ୍ଧରେ ଭାବନାତ୍ମକତା ଅଧିକ ରହିବ। ଯାତ୍ରା ମଧ୍ୟ ଆନନ୍ଦମୟ ହେବ।

ସିଂହ : ଆଜିର ଦିନ ଆପଣଙ୍କପାଇଁ ମିଶ୍ରତ ଫଳଦାୟୀ ଅଟେ। ପରିଜନମାନଙ୍କ ସହିତ ଆପଣ ସମୟ କଟାଇବେ। ତାଙ୍କର ସହଯୋଗ ମଧ୍ୟ ମିଳିପାରେ। ଆର୍ଥିକ କ୍ଷେତ୍ରରେ ଆୟ ଅପେକ୍ଷା ବ୍ୟୟ ହିଁ ଅଧିକ ହୋଇପାରେ। ତଥାପି ମଧ୍ୟ ବାଣୀ ଦ୍ଵାରା ଆପଣ ସମସ୍ତଙ୍କ ମନକୁ ଜୀତି ପାରିବେ। ମନ ଆନନ୍ଦିତ ରହିବ।

କନ୍ୟା : ଆପଣଙ୍କୁ ବିବିଧ କ୍ଷେତ୍ରରୁ ଯଶ, କୀର୍ତ୍ତି ଏବଂ ଲାଭ ମିଳିବ। ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ। ଗୁରୁଜନମାନଙ୍କ ତଥା ମିତ୍ରମାନଙ୍କର ସାଥିରେ ଆପଣଙ୍କ ଦିନ ଆନନ୍ଦରେ ବିତିବ। ଯାତ୍ରା କରିପାରନ୍ତି। ପତ୍ନୀ ଏବଂ ସନ୍ତାନମାନଙ୍କ ସହିତ ଭଲ ସମୟ କଟିବ। ଦାମ୍ପତ୍ୟଜୀବନରେ ଆନନ୍ଦ ପ୍ରାପ୍ତ ହେବ।

ତୁଳା : ଆଜି ଆପଣଙ୍କ ଘର ଏବଂ କାର୍ଯ୍ୟସ୍ଥଳ ଉପରେ ଉତ୍ତମ ବାତାବରଣ ରହିବାରୁ ବହୁତ ପ୍ରସନ୍ନତା ରହିବ। ଆଜି ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ି ପାରେ। ମାନସିକ ରୂପରେ ଆପଣ ଅସୁସ୍ଥତା ଅନୁଭବ କରିପାରନ୍ତି। ଆପଣଙ୍କ ବାଣୀରେ ଅସୁବିଧା ହୋଇପାରେ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ନିଜର କ୍ରୋଧଙ୍କ ଉପରେ ନିୟନ୍ତ୍ରଣ ରଖିବେ।

ବିଚ୍ଛା : ଆଜିର ଦିନ ଆପଣଙ୍କପାଇଁ ଲାଭଦାୟୀ ଅଟେ। ମିତ୍ରମାନଙ୍କ ସହିତ ଭେଟ ହେବ ତଥା ତାଙ୍କ ସହିତ ବୁଲିବାକୁ ଯିବା, ଆମୋଦ-ପ୍ରମୋଦ କରିବାରେ ଖର୍ଚ୍ଚ ହେବ। ଚାକିରି କିମ୍ବା ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ଆୟ ବଢ଼ିବ। ଉଚ୍ଚ ଅଧିକାରୀ ପ୍ରସନ୍ନ ରହିବେ। ଦାମ୍ପତ୍ୟଜୀବନରେ ବାତାବରଣ ଆନନ୍ଦମୟ ରହିବ। ପ୍ରବଳ ଧନ ଲାଭର ଯୋଗ ଅଛି।

ଧନୁ : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ଆଜି ଆପଣ ଆର୍ଥିକ ମାମଲାରେ ଉଚିତ ଯୋଜନା ବନାଇପାରିବେ। ଅନ୍ୟ ଲୋକମାନଙ୍କର ସହାୟତା କରିବାର ପ୍ରଯତ୍ନ କରିବେ। ପ୍ରତ୍ୟେକ କାର୍ଯ୍ୟ ସଫଳତାପୂର୍ବକ ସଂପନ୍ନ ହେବ। ସାର୍ବଜନିକ ଜୀବନରେ ମାନ-ସମ୍ମାନ ବଢ଼ିବ। କାର୍ଯ୍ୟଗୁଡ଼ିକ ସଫଳତାର ସହିତ ହେବା ସହିତ ସ୍ଵାସ୍ଥ୍ୟ ମଧ୍ୟ ଭଲ ରହିବ। ଆମୋଦ-ପ୍ରମୋଦରେ ଦିନ କଟିବ।

ମକର : ଆଜିର ଦିନ ଆପଣଙ୍କ ପାଇଁ ମଧ୍ୟମ ଫଳଦାୟୀ ରହିବ। କିନ୍ତୁ ବୌଦ୍ଧିକ କାର୍ଯ୍ୟ କରିବା ପାଇଁ ଆଜିର ଦିନ ଶୁଭ ଅଟେ। ଆଜି ଲେଖନ ପ୍ରବୃତ୍ତି କିମ୍ବା ସାହିତ୍ୟ ସମ୍ବନ୍ଧିତ କୌଣସି ପ୍ରବୃତ୍ତି ଭଲ ଭାବରେ ନିଭାଇ ପାରିବେ। ଏଥିପାଇଁ ଆପଣ ଯୋଜନା ମଧ୍ୟ ବନାଇ ପାରିବେ। ସରକାରୀ କାର୍ଯ୍ୟଗୁଡ଼ିକର ପରିସ୍ଥିତି ପ୍ରତିକୂଳ ଅନୁଭବ ହେବ।

କୁମ୍ଭ : ଆଜି ମାନସିକ ଆଳସ୍ୟତା ଅନୁଭବ କରିପାରନ୍ତି। ଏହାର ପ୍ରଭାବ ବ୍ୟବସାୟ କ୍ଷେତ୍ରରେ ଦେଖିବାକୁ ମିଳିବ ଏବଂ ସେଥିରେ ଅସୁବିଧା ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ନଚେତ ଆପଣ କ୍ଷତିଗ୍ରସ୍ତ ହୋଇପାରନ୍ତି। ପରିବାରରେ କୌଣସିର ବିବାହ ହେବାର ସମ୍ଭାବନା ଅଛି। ଖର୍ଚ୍ଚରେ ବୃଦ୍ଧି ହେବା କାରଣରୁ ହାତରେ ଅର୍ଥାଭାବ ରହିବ।

ମୀନ : ଆଜିର ଦିନ ଆପଣଙ୍କ ଭିତରେ ଛୁପିରହିଥିବା ଲେଖକ କିମ୍ବା କଲାକାରକୁ ନିଜର କଳା ଦେଖାଇବାକୁ ଅବସର ମିଳିବ। ବ୍ୟବସାୟରେ ଭାଗିଦାରୀ ପାଇଁ ଶୁଭ ସମୟ ଅଟେ। ଆଜି ଆପଣଙ୍କ ସମୟ ଆମୋଦ-ପ୍ରମୋଦରେ ବିତିବ। ଯଶକୀର୍ତ୍ତିରେ ବୃଦ୍ଧି ହେବ।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top