ଓଡ଼ିଶା

୦୯ ଜୁନ୍ ଶନିବାର: ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ : ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ପୁଞ୍ଜି-ନିବେଶ କରିବା ପାଇଁ ଧ୍ୟାନ ରଖିବେ। ଆଜି ସମ୍ଭାଳିକରି ଦେବା-ନେବା କରନ୍ତୁ।

ବୃଷ : ଆଜିର ଦିନ ଆନନ୍ଦର ଦିନ ଅଟେ। ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ। ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ। ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ। ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ। ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ।

ମିଥୁନ : ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ। ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ। ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ। ସାମାଜିକ କ୍ଷେତ୍ରରେ ମଧ୍ୟ ମାନ-ସମ୍ମାନ ପ୍ରାପ୍ତି ହେବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ।

କର୍କଟ : ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ। ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ। ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ। ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ। ମାନସିକ ରୂପରେ ମଧ୍ୟ ଆଜି ପ୍ରସନ୍ନତା ଅନୁଭବ କରିବେ।

ସିଂହ : ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ। ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ। ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ। ଯାହାଦ୍ୱାରା ମାନସିକ ଅସୁସ୍ଥତା ବହୁତ କମ ହେବ।

କନ୍ୟା : ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ। ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ। ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ। ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ। ମିତ୍ରମାନଙ୍କ ସହିତ ଯାତ୍ରାର ଆନନ୍ଦ ନେଇ ପାରିବେ।

ତୁଳା : ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ। ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ। ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ। ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚର ମାତ୍ରା ନ ବଢୁ, ଏହାର ଧ୍ୟାନ ରଖିବେ।

ବିଚ୍ଛା : ବାଦ-ବିବାଦରେ ଫସନ୍ତୁ ନାହିଁ। ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ। ସମ୍ଭବ ହେଲେ ଯାତ୍ରାକୁ ଟାଳି ଦିଅନ୍ତୁ। ଭବିଷ୍ୟତ ପାଇଁ ଆର୍ଥିକ ଯୋଜନା ବନାଇବା ପାଇଁ ସମୟ ଅନୁକୂଳ ଅଟେ।

ଧନୁ : ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ। ମାନହାନି ନ ହେଉ ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟ ବିଷୟରେ ଚିନ୍ତା ହୋଇପାରେ।

ମକର : ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ। କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ। ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟର ଅନୁକୂଳତା ରହିବ। ଶତ୍ରୁ ପରାସ୍ତ ହେବେ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ।

କୁମ୍ଭ : ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ। ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢାରେ ଅଧିକ ଜୋର ଦେବାକୁ ପଡ଼ିବ।

ମୀନ : ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ। ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ। ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ। ମିତ୍ରମାନଙ୍କ ଏବଂ ପରିଜନମାନଙ୍କ ସହିତ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ଅଛି।

Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

Odia Pua is the first Odia News paper which is printed & Published from New Delhi & first Odia mobile news site.

© 2018 | Odiapua.com, All Rights Reserved. | Powered By Suryanandan.net

To Top