ଦେବୁ ବୋଷ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର ୬-୪ (ଓଡ଼ିଆ ପୁଅ) ଓଡ଼ିଆ କଥାଚିତ୍ର ଜଗତର ସୁନାମଧନ୍ୟ ଅଭିନେତା ଦେବୁ ବୋଷ ହାଇଦ୍ରାବାଦର ଏକ ପ୍ରାଇଭେଟ ହସ୍ପିଟାଲ୍ ରେ ଅସୁସ୍ଥତା କାରଣରୁ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ବର୍ତ୍ତମାନ ଭେଣ୍ଟିଲେଟରରେ ରଖାଯାଇଥିବା ଜଣାପଡ଼ିଛି।

ଦେବୁ ବୋଷ ତପସ୍ୟା କଥାଚିତ୍ରରୁ, ସେ ଓଡ଼ିଆ ସିନେମାରେ ଅଭିନୟ କରିବା ଆରମ୍ଭ କରିଥିଲେ। ଅଭିନୟ ବ୍ୟତିତ, ସେ ନୃତ୍ୟ କ୍ଷେତ୍ରରେ ମଧ୍ୟ ନିପୂଣ। ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ନୃତ୍ୟ ଶିକ୍ଷାଗ୍ରହଣ କରିଥିବା, ଦେବୁ ଓଡ଼ିଆ ସିନେମାରେ ନୃତ୍ୟ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି। ଚଳଚ୍ଚିତ୍ର ବ୍ୟତିତ, ଦେବୁ ବୋଷ ‘ଦିଗନ୍ତ’ ନାମକ ନାଟ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ବହୁ ନାଟକରେ ଅଭିନେତା ଓ ନିର୍ଦ୍ଦେଶକ ମଧ୍ୟ ସାଜିଛନ୍ତି।

Leave a Reply

Your email address will not be published. Required fields are marked *