Home ଜିଲ୍ଲା ପରିକ୍ରମା ଦୁର୍ଘଟଣାରେ ଘଟଣା ସ୍ଥଳରେ ଜଣେ ଅଜଣା ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ

ଦୁର୍ଘଟଣାରେ ଘଟଣା ସ୍ଥଳରେ ଜଣେ ଅଜଣା ବ୍ୟକ୍ତିଙ୍କ ଶୋଚନୀୟ ମୃତ୍ୟୁ

160

ବଲାଙ୍ଗୀର, ୧୨/୦୬ (ଓଡ଼ିଆ ପୁଅ/ସନ୍ତୋଷ ନାୟକ) ସ୍କୁଟିକୁ ଧକ୍କା ଦେଲା ହାଇୱା। ଫଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗୀର ସୁତପଡ଼ା ରେଲୱେ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ସ୍କୁଟି ଚାଳକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରିନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ସୁତପଡ଼ା ରେଲୱେ ଓଭର ବ୍ରିଜ ଦେଇ ସ୍କୁଟିରେ ବ୍ୟକ୍ତି ଜଣକ ଯାଉଥିବା ବେଳେ ପଛପଟୁ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.