କୋରାପୁଟ ଜିଲ୍ଲାର ୯୫ ଜଣ ସାମ୍ବାଦିକଙ୍କୁ ସ୍ୱାସ୍ଥ୍ୟବୀମା କାର୍ଡ ପ୍ରଦାନ

କୋରାପୁଟ ; ତା୦୯-୦୬-୧୮(ଓଡିଆ ପୁଅ/ରଂଜନ କୁମାର ଦାସ)କୋରାପୁଟ ଜିଲ୍ଲାର ୯୫ ଜଣ ସାମ୍ବାଦିକଙ୍କୁ ସ୍ୱାସ୍ଥ୍ୟବୀମା କାର୍ଡ ପ୍ରଦାନ କରାଯାଇଛି।ସ୍ଥାନୀୟ ସଦଭାବନା ସଭାଗୃହଠାରେ ଆୟୋଜିତ ଉତ୍ସବରେ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତି ମୁଖ୍ୟ ଅତିଥିଭାବେ ଯୋଗଦେଇ କାର୍ଡ ପ୍ରଦାନ କରିଥିଲେ।କୋରାପୁଟ ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରେଲବାଇ ପାସ ପ୍ରଦାନ କରିବାକୁ କୋରାପୁଟ ପ୍ରେସକ୍ଲବ ସଭାପତି ଭବାନୀ ଶଙ୍କର ମିଶ୍ର ଦାବି କରିଥିଲେ।ରାଜ୍ୟ ସରକାର ସାମ୍ବାଦିକଙ୍କ ନିମନ୍ତେ ଅନେକ କଲ୍ୟାଣକାରୀ ଯୋଜନା ଘୋଷଣା କରିଥିବାରୁ ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ରଂଜନ କୁମାର ଦାସ ରାଜ୍ୟ ମୁଖ୍ୟମନ୍ତ୍ରୀ ନବିନ ପଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ସାମ୍ବାଦିକମାନଙ୍କ ନିମନ୍ତେ ପେନସନ ଲାଗୁ କରିବା ନିମନ୍ତେ ସେ ପ୍ରସ୍ତାବ ରଖିଥିଲେ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା…

"କୋରାପୁଟ ଜିଲ୍ଲାର ୯୫ ଜଣ ସାମ୍ବାଦିକଙ୍କୁ ସ୍ୱାସ୍ଥ୍ୟବୀମା କାର୍ଡ ପ୍ରଦାନ"