କଳାହାଣ୍ଡି ଭବାନୀପାଟଣା ଡାକଘରେ ପାସପୋର୍ଟ ସେବା କେନ୍ଦ୍ର ଉଦଘାଟିତ ।

କଳାହାଣ୍ଡି-(ଓଡିଆପୁଅ/ଦୁଷ୍ମନ୍ତ କୁମାର ପଣ୍ଡା) କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣା ଠାରେ ପାସପୋର୍ଟ ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ବ୍ରହ୍ମପୁର ଡାକ ମଣ୍ଡଳର େଜେନେରାଲ ମେନେଜର କର୍ଣ୍ଣେଲ ଜଳେଶ୍ୱର କହଁରଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷା ନମୀତାରାଣୀ ସାହୁ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଭବାନୀପାଟଣା ବିଧାୟକ ଅନାମ ନାଏକ,ନୂଆପଡା ବିଧାୟକ ବସନ୍ତ ପଣ୍ଡା ପ୍ରମୂଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ ମାନେ ପ୍ରାରମ୍ଭିକ ସଙ୍ଗିତ ଗାନ କରିଥିଲେ । ଭବାନୀପାଟଣା ଡାକ ମଣ୍ଡଳର ଅଧିକ୍ଷକ ପଦ୍ମନାଭ ଦାସ ପ୍ରାରମ୍ଭିକ ସୂଚନା…

"କଳାହାଣ୍ଡି ଭବାନୀପାଟଣା ଡାକଘରେ ପାସପୋର୍ଟ ସେବା କେନ୍ଦ୍ର ଉଦଘାଟିତ ।"