କଳମଛୁଇଁ ଶିଶୁମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ତାଳଚେର, ୨୩/୮(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେର ବ୍ଲକ କଳମଛୁଇଁସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଏକ ବିଦ୍ୟାଳୟସ୍ତରୀୟ ଜ୍ଞାନବିଜ୍ଞାନ ମେଳା ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ପ୍ରଧାନାଚାର୍ଯ୍ୟ ଚତୁର୍ଭୂଜ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପରିଚାଳନା କମିଟିର ସଭାପତି ଶିକ୍ଷାବିତ୍ ଦିବାକର ବାରିକ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବରେ ବଡ ଯୋରଡା ଶିଶୁ ମନ୍ଦିରର ପ୍ରଧାନାଚାର୍ଯ୍ୟ ମାୟାଧର ସାହୁ, ପରିଚାଳନା କମିଟିର ଉପସଭାପତି ଭୀମସେନ ସାହୁ, ସମ୍ପାଦକ ବିଭୂତି ଭୂଷଣ ସ୍ୱାଇଁ, ସଦସ୍ୟା ଶୋଭାଗିନୀ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ। ଏହି ଜ୍ଞାନବିଜ୍ଞାନ ମେଳାରେ ୫୭ଟି ପ୍ରକଳ୍ପ ପ୍ରଦର୍ଶିତ…

"କଳମଛୁଇଁ ଶିଶୁମନ୍ଦିରରେ ଜ୍ଞାନବିଜ୍ଞାନ ମେଳା"