Home ଓଡ଼ିଶା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ...

ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ :ବିଜେପି

44

ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳଙ୍କ ହତ୍ୟାକାରୀଙ୍କୁ ଗିରଫ କରିବା ଦାବିରେ ରାଜ୍ୟର ସମସ୍ତ ଜିଲ୍ଲା ଏସପି ଘେରାଉ କଲା ବିଜେପି

ଭୁବନେଶ୍ୱର ୦୬/୦୧ (ଓଡ଼ିଆ ପୁଅ) : ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରରୋଚନାରେ ଭାରତୀୟ ଜନତା ପାର୍ଟୀର ବରିଷ୍ଠ କାର୍ଯ୍ୟକର୍ତା ତଥା କଟକ ଜିଲ୍ଲା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଛି। ପଶ୍ଚିମବଙ୍ଗ ପରି ଓଡିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୁଦ୍ଧରେ ସ୍ୱର ଉତୋଳନ କଲେ ଯେପରି ବିଜେପି ନେତାଙ୍କୁ ହତ୍ୟା କରାଯାଉଛି ଠିକ୍ ସେହିପରି ରାଜ୍ୟରେ ବିଜେଡିର ଦୁର୍ନୀତି ଭଷ୍ଟ୍ରାଚାର ବିରୁଦ୍ଧରେ ମୁହଁ ଖୋଲିଲେ ଶାସକ ଦଳ ନେତାଙ୍କ ନିର୍ଦ୍ଦେଶରେ ବିରୋଧୀଙ୍କୁ ହତ୍ୟା କରାଯାଉଛି। ଏହି ହତ୍ୟାକାଣ୍ଡରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ୧୪ ଜଣଙ୍କ ନାଁରେ ଏତଲା ଦିଆଯାଇଛି। କିନ୍ତୁ ପୋଲିସ ଶାସକ ଦଳ ଚାପରେ ଆଇନ ମନ୍ତ୍ରୀଙ୍କୁ ଗିରଫ କରିବା ତ ଦୂରର କଥା ତାଙ୍କୁ ତଦନ୍ତ ପରିସରଭୃକ୍ତ କରୁନାହିଁ। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ଗିରଫ କରିବା ସହ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରିବା ଦାବିରେ ଆଜି ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ ଘେରାଓ କରାଯାଇଛି।

ବିଜେପି ନେତାଙ୍କୁ ଯେଉଁଭଳି ହତ୍ୟା କରାଗଲା, ତାହା ଅତ୍ୟନ୍ତ ଘୃଣ୍ୟ ଏବଂ ନିନ୍ଦନୀୟ। ଶାନ୍ତିପୂର୍ଣ୍ଣ ରାଜ୍ୟ ଓଡିଶାରେ ଏହିଭଳି ଘୃଣ୍ୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିରୋଧୀଙ୍କ କଣ୍ଠୋରୋଧ କରିବା ପାଇଁ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ଶାସକ ବିଜେଡି ପଛାଉ ନାହିଁ। ନବୀନ ବାବୁଙ୍କ ନେତୃତ୍ୱରେ ପରିଚାଳିତ ରାଜ୍ୟସରକାର ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଠିକ୍ ଢଙ୍ଗରେ ପରିଚାଳନା କରିବାରେ ବିଫଳ ହେବା କାରଣର ଆଇନ ଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ସମ୍ବିଧାନର ମୁଖବନ୍ଧରେ ଅହିଂସାକୁ ସ୍ଥାନ ଦିଆଯାଉ ବୋଲି କହି ମିଛଠାରେ ବାଃ ବାଃ ନେବାର ଅପଚେଷ୍ଟା କରୁଥିବା ମୁଖ୍ୟମନ୍ତ୍ରୀ ବର୍ତମାନ ହିଂସାକୁ ପ୍ରଶୟ ଦେବା ସହ ରାଜନୈତିକ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକରିବାକୁ ମଧ୍ୟ ପ୍ରଶ୍ରୟ ଦେଉଛନ୍ତି।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାନଗଲେ ଆଗାମୀ ଦିନରେ ବିଜେପି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ଗତକାଲି ବିଜେପି ରାଜ୍ୟର ସମସ୍ତ ଥାନା ଘୋରାଓ କରିଥିବାବେଳେ ଆଜି ଏସପି ଏଫିସ ଘେରାଓ କରାଯାଇଛି ଏବଂ ଅ।।ସନ୍ତା ୮ ତାରିଖ ଦିନ ଡିଜି ଅଫିସ ଘେରାଓ କରାଯିବ। ଅଭିଯୁକ୍ତ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତୁରନ୍ତ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ନଚେତ, ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ତୁରନ୍ତ ବହିଷ୍କାର କରିବାକୁ ବିଜେପି ଦାବି କରିଛି।

ଆଜି ଖୋର୍ଦ୍ଧା, କଟକ, ପୁରୀ, ବରଗଡ, ଅନୁଗୁଳ, ଢେଙ୍କାନାଳ, ନୂଆପଡା, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ, ଗଜପତି, ବାରିପଦା, ଭଦ୍ରକ, ବାଲେଶ୍ୱର, ବଲାଙ୍ଗୀର ସମେତ ରାଜ୍ୟର ସମସ୍ତ ଜିଲ୍ଲାର ଏସପି କାର୍ଯ୍ୟାଳୟ ଘେରାଓ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.