Home Top News ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ : କ୍ଷତିଗ୍ରସ୍ତ ଅଞ୍ଚଳରେ ପନ୍ଦର ଦିନ ପାଇଁ ରିଲିଫ...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ : କ୍ଷତିଗ୍ରସ୍ତ ଅଞ୍ଚଳରେ ପନ୍ଦର ଦିନ ପାଇଁ ରିଲିଫ ସହାୟତା ଘୋଷଣା

79

– ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ
– ପନ୍ଦର ଦିନରେ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର ୧୮-୮ (ଓଡିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡ଼ା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ। ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫T ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି।

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ।

ପାଣି ଛାଡିବାର ସାତ ଦିନ ମଧ୍ୟ୍ୟ ରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.